Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Other Translations King James Version (KJV) Therefore thus saith the Lord GOD; Behold, mine anger and my fury shall be poured out upon this place, upon man, and upon beast, and upon the trees of the field, and upon the fruit of the ground; and it shall burn, and shall not be quenched.
American Standard Version (ASV) Therefore thus saith the Lord Jehovah: Behold, mine anger and my wrath shall be poured out upon this place, upon man, and upon beast, and upon the trees of the field, and upon the fruit of the ground; and it shall burn, and shall not be quenched.
Bible in Basic English (BBE) So this is what the Lord God has said: See, my wrath and my passion will be let loose on this place, on man and beast, and on the trees of the field, and on the produce of the earth; it will be burning and will not be put out.
Darby English Bible (DBY) Therefore thus saith the Lord Jehovah: Behold, mine anger and my fury shall be poured out upon this place; upon man, and upon beast, and upon the trees of the field, and upon the fruit of the ground; and it shall burn, and shall not be quenched.
World English Bible (WEB) Therefore thus says the Lord Yahweh: Behold, my anger and my wrath shall be poured out on this place, on man, and on animal, and on the trees of the field, and on the fruit of the ground; and it shall burn, and shall not be quenched.
Young's Literal Translation (YLT) Therefore, thus said the Lord Jehovah, Lo, Mine anger and My fury is poured out on this place, On man, and beast, and on tree of the field, And on fruit of the ground, And it hath burned, and it is not quenched.
Cross Reference 2 Kings 22:17 in Oriya 17 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।’”
Isaiah 42:25 in Oriya 25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।
Isaiah 66:24 in Oriya 24 “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
Jeremiah 4:23 in Oriya 23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
Jeremiah 9:10 in Oriya 10 ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।
Jeremiah 12:4 in Oriya 4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀ ସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।
Jeremiah 14:16 in Oriya 16 ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।'”
Jeremiah 17:27 in Oriya 27 ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।'”
Jeremiah 42:18 in Oriya 18 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।'
Jeremiah 44:6 in Oriya 6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।”
Lamentations 2:3 in Oriya 3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
Lamentations 4:11 in Oriya 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Ezekiel 22:22 in Oriya 22 ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳା ଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”
Daniel 9:11 in Oriya 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Nahum 1:6 in Oriya 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Revelation 14:10 in Oriya 10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଇଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Revelation 16:1 in Oriya 1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଇଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।