Jeremiah 7:9 in Oriya 9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,
Other Translations King James Version (KJV) Will ye steal, murder, and commit adultery, and swear falsely, and burn incense unto Baal, and walk after other gods whom ye know not;
American Standard Version (ASV) Will ye steal, murder, and commit adultery, and swear falsely, and burn incense unto Baal, and walk after other gods that ye have not known,
Bible in Basic English (BBE) Will you take the goods of others, put men to death, and be untrue to your wives, and take false oaths, and have perfumes burned to the Baal, and go after other gods which are strange to you;
Darby English Bible (DBY) What? steal, murder, and commit adultery, and swear falsely, and burn incense unto Baal, and walk after other gods whom ye know not ...
World English Bible (WEB) Will you steal, murder, and commit adultery, and swear falsely, and burn incense to Baal, and walk after other gods that you have not known,
Young's Literal Translation (YLT) Stealing, murdering, and committing adultery, And swearing to falsehood, and giving perfume to Baal, And going after other gods whom ye knew not.
Cross Reference Exodus 20:3 in Oriya 3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
Deuteronomy 32:17 in Oriya 17 ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।
Judges 5:8 in Oriya 8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା ?
1 Kings 18:21 in Oriya 21 ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
Psalm 50:16 in Oriya 16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?
Isaiah 59:1 in Oriya 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Jeremiah 7:6 in Oriya 6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ;
Jeremiah 9:2 in Oriya 2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା'ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
Jeremiah 11:13 in Oriya 13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।”
Jeremiah 11:17 in Oriya 17 ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।
Jeremiah 13:10 in Oriya 10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”
Jeremiah 32:29 in Oriya 29 ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
Jeremiah 44:3 in Oriya 3 କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।'
Ezekiel 18:10 in Oriya 10 ଯଦି ସେହି ଲୋକର ପୁତ୍ର ଡକାଇତ ଓ ରକ୍ତପାତକାରୀ ହୁଏ, ଆଉ ଏଥିମଧ୍ୟରୁ କୌଣସି କାର୍ଯ୍ୟ କରେ
Ezekiel 18:18 in Oriya 18 ମାତ୍ର ତାହାର ପିତା ନିର୍ଦ୍ଦୟ ଭାବରେ ଉପଦ୍ରବ କଲା, ଦୌରାତ୍ମ୍ୟ ଦ୍ୱାରା ଆପଣା ଭ୍ରାତାର ଦ୍ରବ୍ୟ ଅପହରଣ କଲା ଓ ଆପଣା ଲୋକମାନଙ୍କ ମଧ୍ୟରେ ଅନୁଚିତ କାର୍ଯ୍ୟ କଲା, ଏଥିପାଇଁ ଦେଖ, ସେ ଆପଣା ଅଧର୍ମରେ ମରିବ।
Ezekiel 33:25 in Oriya 25 ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ ?
Hosea 4:1 in Oriya 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Micah 3:8 in Oriya 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Zephaniah 1:5 in Oriya 5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
Zechariah 5:3 in Oriya 3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Romans 2:2 in Oriya 2 ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଇଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ।
Romans 2:17 in Oriya 17 କିନ୍ତୁ ଯଦି ତୁମ୍ଭେ ଯିହୂଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ୱରଙ୍କଠାରେ ଗର୍ବ କରୁଅଛ,
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
2 Timothy 3:2 in Oriya 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
James 4:1 in Oriya 1 ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ ? କ'ଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ ?
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।