Jeremiah 9:3 in Oriya 3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।
Other Translations King James Version (KJV) And they bend their tongues like their bow for lies: but they are not valiant for the truth upon the earth; for they proceed from evil to evil, and they know not me, saith the LORD.
American Standard Version (ASV) And they bend their tongue, `as it were' their bow, for falsehood; and they are grown strong in the land, but not for truth: for they proceed from evil to evil, and they know not me, saith Jehovah.
Bible in Basic English (BBE) Their tongues are bent like a bow to send out false words: they have become strong in the land, but not for good faith: they go on from evil to evil, and they have no knowledge of me, says the Lord.
Darby English Bible (DBY) And they bend their tongue, their bow of falsehood, and not for fidelity are they valiant in the land; for they proceed from evil to evil, and they know not me, saith Jehovah.
World English Bible (WEB) They bend their tongue, [as it were] their bow, for falsehood; and they are grown strong in the land, but not for truth: for they proceed from evil to evil, and they don't know me, says Yahweh.
Young's Literal Translation (YLT) And they bend their tongue, their bow `is' a lie, And not for stedfastness have they been mighty in the land, For from evil unto evil they have gone forth, And Me they have not known, An affirmation of Jehovah!
Cross Reference Judges 2:10 in Oriya 10 ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।
1 Samuel 2:12 in Oriya 12 ଏଲିଙ୍କର ପୁତ୍ରମାନେ ପାପାଧମ ସନ୍ତାନ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
Psalm 52:2 in Oriya 2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
Psalm 64:3 in Oriya 3 ସେମାନେ ଖଡ଼୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
Psalm 120:2 in Oriya 2 ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋ' ପ୍ରାଣକୁ ଉଦ୍ଧାର କର।
Isaiah 59:3 in Oriya 3 କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Jeremiah 4:22 in Oriya 22 କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।
Jeremiah 7:26 in Oriya 26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
Jeremiah 9:5 in Oriya 5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।
Jeremiah 9:8 in Oriya 8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।”
Jeremiah 22:16 in Oriya 16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ?
Jeremiah 31:34 in Oriya 34 ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ' ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Hosea 4:1 in Oriya 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Matthew 10:31 in Oriya 31 ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।
Mark 8:38 in Oriya 38 ଯେଣୁ ଯେ କେହି ଏହି କାଳର ଅବିଶ୍ବସ୍ତ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।
John 8:54 in Oriya 54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
Romans 1:16 in Oriya 16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 3:13 in Oriya 13 ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Philippians 1:28 in Oriya 28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ;
2 Timothy 3:13 in Oriya 13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
Jude 1:3 in Oriya 3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।