Job 1:10 in Oriya 10 ତୁମ୍ଭେ କ'ଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।
Other Translations King James Version (KJV) Hast not thou made an hedge about him, and about his house, and about all that he hath on every side? thou hast blessed the work of his hands, and his substance is increased in the land.
American Standard Version (ASV) Hast not thou made a hedge about him, and about his house, and about all that he hath, on every side? thou hast blessed the work of his hands, and his substance is increased in the land.
Bible in Basic English (BBE) Have you yourself not put a wall round him and his house and all he has on every side, blessing the work of his hands, and increasing his cattle in the land?
Darby English Bible (DBY) Hast not thou made a hedge about him, and about his house, and about all that he hath on every side? Thou hast blessed the work of his hands, and his substance is spread abroad in the land.
Webster's Bible (WBT) Hast not thou made a hedge about him, and about his house, and about all that he hath on every side? thou hast blessed the work of his hands, and his substance is increased in the land.
World English Bible (WEB) Haven't you made a hedge around him, and around his house, and around all that he has, on every side? You have blessed the work of his hands, and his substance is increased in the land.
Young's Literal Translation (YLT) Hast not Thou made a hedge for him, and for his house, and for all that he hath -- round about?
Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Genesis 26:12 in Oriya 12 ଏଥିଉତ୍ତାରେ ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
Genesis 30:30 in Oriya 30 କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?”
Genesis 30:43 in Oriya 43 ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
Genesis 39:5 in Oriya 5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।
Genesis 49:25 in Oriya 25 ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
Deuteronomy 7:13 in Oriya 13 ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।
Deuteronomy 28:2 in Oriya 2 ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।
Deuteronomy 33:11 in Oriya 11 ହେ ସଦାପ୍ରଭୁ, ତାହାର ସମ୍ପତ୍ତିକି ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।
Deuteronomy 33:27 in Oriya 27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ।
1 Samuel 25:16 in Oriya 16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।
Job 1:3 in Oriya 3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସ ଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ୍ ହୋଇଥିଲା।
Job 29:6 in Oriya 6 ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋ' ପାଇଁ ତୈଳ-ନଦୀ ବହାଇଲା।
Job 31:25 in Oriya 25 ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯେବେ ମୁଁ ଆନନ୍ଦ କରିଥାଏ;
Job 42:12 in Oriya 12 ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।
Psalm 5:12 in Oriya 12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।
Psalm 34:7 in Oriya 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
Psalm 71:21 in Oriya 21 ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।
Psalm 80:12 in Oriya 12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ?
Psalm 90:17 in Oriya 17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
Psalm 107:38 in Oriya 38 ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।
Psalm 128:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
Proverbs 10:22 in Oriya 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
Isaiah 5:2 in Oriya 2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
Isaiah 5:5 in Oriya 5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
Zechariah 2:5 in Oriya 5 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”
Zechariah 2:8 in Oriya 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।”
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।