Job 25 in Oriya

1 ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,

2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।

3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ ?

4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?

5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;

6 ତେବେ କୀଟମାତ୍ର ମନୁଷ୍ୟ କ'ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ'ଣ ?