Job 33:23 in Oriya 23 ଯେବେ ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
Other Translations King James Version (KJV) If there be a messenger with him, an interpreter, one among a thousand, to shew unto man his uprightness:
American Standard Version (ASV) If there be with him an angel, An interpreter, one among a thousand, To show unto man what is right for him;
Bible in Basic English (BBE) If now there may be an angel sent to him, one of the thousands which there are to be between him and God, and to make clear to man what is right for him;
Darby English Bible (DBY) If there be a messenger with him, an interpreter, one among a thousand, to shew unto man his duty;
Webster's Bible (WBT) If there is a messenger with him, an interpreter, one among a thousand, to show to man his uprightness:
World English Bible (WEB) "If there is beside him an angel, An interpreter, one among a thousand, To show to man what is right for him;
Young's Literal Translation (YLT) If there is by him a messenger, An interpreter -- one of a thousand, To declare for man his uprightness:
Cross Reference Judges 2:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Nehemiah 9:33 in Oriya 33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Job 9:3 in Oriya 3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।
Job 11:6 in Oriya 6 ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।
Job 34:10 in Oriya 10 ହେ ବୁଦ୍ଧିମାନ ଲୋକେ, ମୋ' କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।
Job 34:12 in Oriya 12 ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ।
Job 34:32 in Oriya 32 ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯେବେ ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ ?
Job 35:14 in Oriya 14 ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।
Job 36:3 in Oriya 3 ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି;
Job 36:8 in Oriya 8 ପୁଣି, ଯେବେ ସେମାନେ ଜଞ୍ଜିରରେ ବନ୍ଧାଯା'ନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯା'ନ୍ତି
Job 37:23 in Oriya 23 ସର୍ବଶକ୍ତିମାନ ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।
Psalm 94:12 in Oriya 12 ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
Psalm 119:75 in Oriya 75 ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
Ecclesiastes 7:28 in Oriya 28 ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Lamentations 3:22 in Oriya 22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
Lamentations 3:32 in Oriya 32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
Lamentations 3:39 in Oriya 39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?
Ezekiel 18:25 in Oriya 25 ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ ?
Daniel 9:14 in Oriya 14 ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇ ଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ।
Haggai 1:13 in Oriya 13 ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Acts 8:30 in Oriya 30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି ?
Romans 11:13 in Oriya 13 କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି,
1 Corinthians 11:30 in Oriya 30 ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।
2 Corinthians 5:20 in Oriya 20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଇଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
Hebrews 12:5 in Oriya 5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;