Job 42:10 in Oriya 10 ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
Other Translations King James Version (KJV) And the LORD turned the captivity of Job, when he prayed for his friends: also the LORD gave Job twice as much as he had before.
American Standard Version (ASV) And Jehovah turned the captivity of Job, when he prayed for his friends: and Jehovah gave Job twice as much as he had before.
Bible in Basic English (BBE) And the Lord made up to Job for all his losses, after he had made prayer for his friends: and all Job had before was increased by the Lord twice as much.
Darby English Bible (DBY) And Jehovah turned the captivity of Job, when he had prayed for his friends; and Jehovah gave Job twice as much as he had before.
Webster's Bible (WBT) And the LORD turned the captivity of Job, when he prayed for his friends: also the LORD gave Job twice as much as he had before.
World English Bible (WEB) Yahweh turned the captivity of Job, when he prayed for his friends. Yahweh gave Job twice as much as he had before.
Young's Literal Translation (YLT) And Jehovah hath turned `to' the captivity of Job in his praying for his friends, and Jehovah doth add `to' all that Job hath -- to double.
Cross Reference Genesis 20:17 in Oriya 17 ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।
Exodus 17:4 in Oriya 4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ'ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
Numbers 12:2 in Oriya 2 ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି ? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି ? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ।
Numbers 12:13 in Oriya 13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
Numbers 14:1 in Oriya 1 ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।
Numbers 14:10 in Oriya 10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
Numbers 14:13 in Oriya 13 ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
Numbers 16:21 in Oriya 21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
Numbers 16:46 in Oriya 46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
Deuteronomy 8:18 in Oriya 18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
Deuteronomy 9:20 in Oriya 20 ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
Deuteronomy 30:3 in Oriya 3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
1 Samuel 2:7 in Oriya 7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
2 Chronicles 25:9 in Oriya 9 ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କ'ଣ କରିବା ? ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।
Job 1:3 in Oriya 3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସ ଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ୍ ହୋଇଥିଲା।
Job 5:18 in Oriya 18 କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
Job 8:6 in Oriya 6 ଯେବେ ତୁମ୍ଭେ ନିର୍ମଳ ଓ ସରଳ ଥା'ନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ।
Job 22:24 in Oriya 24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ;
Psalm 14:7 in Oriya 7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
Psalm 53:6 in Oriya 6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା ! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
Psalm 85:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
Psalm 126:1 in Oriya 1 ଆରୋହଣ-ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।
Psalm 126:4 in Oriya 4 ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।
Proverbs 22:4 in Oriya 4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
Isaiah 40:2 in Oriya 2 ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।
Isaiah 61:7 in Oriya 7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
Haggai 2:8 in Oriya 8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Luke 16:27 in Oriya 27 ସେଥିରେ ସେ କହିଲେ, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ,
Acts 7:50 in Oriya 50 ଆମ୍ଭର ହସ୍ତ କ'ଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ ?
Acts 7:60 in Oriya 60 ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା (ମୃତ୍ୟୁ) ବରଣ କଲେ।