Joel 2:1 in Oriya 1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
Other Translations King James Version (KJV) Blow ye the trumpet in Zion, and sound an alarm in my holy mountain: let all the inhabitants of the land tremble: for the day of the LORD cometh, for it is nigh at hand;
American Standard Version (ASV) Blow ye the trumpet in Zion, and sound an alarm in my holy mountain; let all the inhabitants of the land tremble: for the day of Jehovah cometh, for it is nigh at hand;
Bible in Basic English (BBE) Let the horn be sounded in Zion, and a war-cry in my holy mountain; let all the people of the land be troubled: for the day of the Lord is coming;
Darby English Bible (DBY) Blow the trumpet in Zion, and sound an alarm in my holy mountain; let all the inhabitants of the land tremble: for the day of Jehovah cometh, for it is at hand;
World English Bible (WEB) Blow you the trumpet in Zion, And sound an alarm in my holy mountain! Let all the inhabitants of the land tremble, For the day of Yahweh comes, For it is close at hand:
Young's Literal Translation (YLT) Blow ye a trumpet in Zion, And shout ye in My holy hill, Tremble do all inhabitants of the earth, For coming is the day of Jehovah, for `it is' near!
Cross Reference Numbers 10:3 in Oriya 3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
Numbers 10:5 in Oriya 5 ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
1 Chronicles 15:28 in Oriya 28 ଏହିରୂପେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।
Ezra 9:3 in Oriya 3 ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
Psalm 87:1 in Oriya 1 ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଶ୍ରେଣୀରେ ସ୍ଥାପିତ।
Psalm 119:120 in Oriya 120 ତୁମ୍ଭ ଭୟ ସକାଶୁ ମୋ' ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
Isaiah 2:12 in Oriya 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Isaiah 66:5 in Oriya 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
Jeremiah 4:5 in Oriya 5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, “ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।”
Jeremiah 5:22 in Oriya 22 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।
Jeremiah 16:7 in Oriya 7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।”
Jeremiah 16:10 in Oriya 10 ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି ? ଅବା ଆମ୍ଭମାନଙ୍କର ଅପରାଧ କି ? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ ?
Ezekiel 7:5 in Oriya 5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।
Ezekiel 7:10 in Oriya 10 ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।
Ezekiel 7:12 in Oriya 12 ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।
Ezekiel 12:23 in Oriya 23 ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।”
Ezekiel 33:3 in Oriya 3 ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ଼୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
Ezekiel 33:6 in Oriya 6 ମାତ୍ର ସେ ପ୍ରହରୀ ଯଦି ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
Daniel 6:26 in Oriya 26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
Daniel 9:16 in Oriya 16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପିତୃପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।
Daniel 9:20 in Oriya 20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ'ର ପାପ ଓ ମୋ'ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ' ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Hosea 5:8 in Oriya 8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବୈଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
Hosea 8:1 in Oriya 1 “ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
Joel 1:15 in Oriya 15 ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।
Joel 2:15 in Oriya 15 ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;
Joel 3:17 in Oriya 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Amos 3:6 in Oriya 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?
Amos 8:2 in Oriya 2 ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।
Obadiah 1:15 in Oriya 15 କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।
Zephaniah 1:14 in Oriya 14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
Zephaniah 1:16 in Oriya 16 ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀରବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
Zephaniah 3:11 in Oriya 11 ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
Zechariah 8:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Philippians 2:12 in Oriya 12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
1 Thessalonians 5:2 in Oriya 2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।
James 5:8 in Oriya 8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
1 Peter 4:7 in Oriya 7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,