Joel 2:17 in Oriya 17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ୱର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?”
Other Translations King James Version (KJV) Let the priests, the ministers of the LORD, weep between the porch and the altar, and let them say, Spare thy people, O LORD, and give not thine heritage to reproach, that the heathen should rule over them: wherefore should they say among the people, Where is their God?
American Standard Version (ASV) Let the priests, the ministers of Jehovah, weep between the porch and the altar, and let them say, Spare thy people, O Jehovah, and give not thy heritage to reproach, that the nations should rule over them: wherefore should they say among the peoples, Where is their God?
Bible in Basic English (BBE) Let the priests, the servants of the Lord, be weeping between the covered way and the altar, and let them say, Have mercy on your people, O Lord, do not give up your heritage to shame, so that the nations become their rulers: why let them say among the peoples, Where is their God?
Darby English Bible (DBY) Let the priests, the ministers of Jehovah, weep between the porch and the altar, and let them say, Spare, O Jehovah, thy people, and give not thine inheritance to reproach, that they should be a byword of the nations. Wherefore should they say among the peoples, Where is their God?
World English Bible (WEB) Let the priests, the ministers of Yahweh, weep between the porch and the altar, And let them say, "Spare your people, Yahweh, And don't give your heritage to reproach, That the nations should rule over them. Why should they say among the peoples, 'Where is their God?'"
Young's Literal Translation (YLT) Between the porch and the altar weep let the priests, ministrants of Jehovah, And let them say: `Have pity, O Jehovah, on Thy people, And give not Thy inheritance to reproach, To the ruling over them of nations, Why do they say among peoples, Where `is' their God?'
Cross Reference Exodus 32:11 in Oriya 11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?
Exodus 34:9 in Oriya 9 “ପ୍ରଭୁ, ମୁଁ ଯଦି ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
Numbers 14:14 in Oriya 14 ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
Deuteronomy 9:16 in Oriya 16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
Deuteronomy 28:37 in Oriya 37 ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁ ସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।
Deuteronomy 32:27 in Oriya 27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।
1 Kings 6:3 in Oriya 3 ଆଉ ଗୃହର ପବିତ୍ର-ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।
1 Kings 9:7 in Oriya 7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
2 Chronicles 7:20 in Oriya 20 ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।
2 Chronicles 8:12 in Oriya 12 ତହୁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
Nehemiah 9:36 in Oriya 36 ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
Psalm 42:3 in Oriya 3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
Psalm 42:10 in Oriya 10 ମୋ' ଅସ୍ଥିରେ ଖଡ଼୍ଗ ପରି ମୋ' ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
Psalm 44:10 in Oriya 10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
Psalm 74:10 in Oriya 10 ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?
Psalm 74:18 in Oriya 18 ହେ ସଦାପ୍ରଭୁ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
Psalm 79:4 in Oriya 4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
Psalm 79:10 in Oriya 10 ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
Psalm 89:41 in Oriya 41 ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
Psalm 89:51 in Oriya 51 ହେ ସଦାପ୍ରଭୁ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
Psalm 115:2 in Oriya 2 “ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ ?
Isaiah 37:20 in Oriya 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Isaiah 63:17 in Oriya 17 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।
Isaiah 64:9 in Oriya 9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
Ezekiel 8:16 in Oriya 16 ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।
Ezekiel 20:9 in Oriya 9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 36:4 in Oriya 4 ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
Daniel 9:18 in Oriya 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Hosea 14:2 in Oriya 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Joel 1:9 in Oriya 9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
Joel 1:13 in Oriya 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।
Amos 7:2 in Oriya 2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର ! ଯାକୁବ କିପରି ଠିଆ ହେବ ? କାରଣ ସେ ସାନ।”
Amos 7:5 in Oriya 5 ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ ? କାରଣ ସେ ସାନ।”
Micah 7:10 in Oriya 10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
Malachi 1:9 in Oriya 9 “ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କ'ଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ ?” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Matthew 27:43 in Oriya 43 ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଇଶ୍ବରଙ୍କ ପୁତ୍ର।