Joel 2:22 in Oriya 22 ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନ ସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।
Other Translations King James Version (KJV) Be not afraid, ye beasts of the field: for the pastures of the wilderness do spring, for the tree beareth her fruit, the fig tree and the vine do yield their strength.
American Standard Version (ASV) Be not afraid, ye beasts of the field; for the pastures of the wilderness do spring, for the tree beareth its fruit, the fig-tree and the vine do yield their strength.
Bible in Basic English (BBE) Have no fear, you beasts of the field, for the grass-lands of the waste are becoming green, for the trees are producing fruit, the fig-tree and the vine give out their strength.
Darby English Bible (DBY) Be not afraid, ye beasts of the field: for the pastures of the wilderness do spring; for the tree beareth its fruit; the fig-tree and the vine yield full increase.
World English Bible (WEB) Don't be afraid, you animals of the field; For the pastures of the wilderness spring up, For the tree bears its fruit. The fig tree and the vine yield their strength.
Young's Literal Translation (YLT) Do not fear, O cattle of the field! For sprung forth have pastures of a wilderness, For the tree hath borne its fruit, Fig-tree and vine have given their strength!
Cross Reference Genesis 4:12 in Oriya 12 ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
Leviticus 26:4 in Oriya 4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
Psalm 36:6 in Oriya 6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
Psalm 65:12 in Oriya 12 ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
Psalm 67:6 in Oriya 6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।
Psalm 104:11 in Oriya 11 ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି।
Psalm 104:27 in Oriya 27 ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି।
Psalm 107:35 in Oriya 35 ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।
Psalm 145:15 in Oriya 15 ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।
Psalm 147:8 in Oriya 8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
Isaiah 30:23 in Oriya 23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
Isaiah 51:3 in Oriya 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Ezekiel 34:26 in Oriya 26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
Ezekiel 36:8 in Oriya 8 ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।
Ezekiel 36:30 in Oriya 30 ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।
Ezekiel 36:35 in Oriya 35 ତହିଁରେ ଲୋକମାନେ କହିବେ, “ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀରବେଷ୍ଟିତ ଓ ବସତିସ୍ଥାନ ହୋଇଅଛି।
Hosea 14:5 in Oriya 5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କୋଇଁ ଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ।
Joel 1:18 in Oriya 18 ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି ! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Jonah 4:11 in Oriya 11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା ?”
Haggai 2:16 in Oriya 16 ସେହି ସକଳ ସମୟରେ କେହି କୋଡିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡିଏ ପାତ୍ର ହେଲା।
Zechariah 8:12 in Oriya 12 କାରଣ ଶାନ୍ତିଯୁକ୍ତ ବୀଜ ବୁଣା ଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।
Malachi 3:10 in Oriya 10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
1 Corinthians 3:7 in Oriya 7 ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର।