Joel 2:26 in Oriya 26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
Other Translations King James Version (KJV) And ye shall eat in plenty, and be satisfied, and praise the name of the LORD your God, that hath dealt wondrously with you: and my people shall never be ashamed.
American Standard Version (ASV) And ye shall eat in plenty and be satisfied, and shall praise the name of Jehovah your God, that hath dealt wondrously with you; and my people shall never be put to shame.
Bible in Basic English (BBE) You will have food in full measure, and give praise to the name of the Lord your God, who has done wonders for you:
Darby English Bible (DBY) And ye shall eat in plenty, and be satisfied, and praise the name of Jehovah your God, who hath dealt wondrously with you: and my people shall never be ashamed.
World English Bible (WEB) You will have plenty to eat, and be satisfied, And will praise the name of Yahweh, your God, Who has dealt wondrously with you; And my people will never again be disappointed.
Young's Literal Translation (YLT) And ye have eaten, eating and being satisfied, And have praised the name of Jehovah your God, Who hath dealt with you wonderfully, And not ashamed are My people to the age.
Cross Reference Genesis 33:11 in Oriya 11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
Leviticus 26:5 in Oriya 5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
Leviticus 26:26 in Oriya 26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
Deuteronomy 6:11 in Oriya 11 ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,
Deuteronomy 8:10 in Oriya 10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।
Deuteronomy 12:7 in Oriya 7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Deuteronomy 12:12 in Oriya 12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Deuteronomy 12:18 in Oriya 18 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Deuteronomy 26:10 in Oriya 10 ଏବେ, ହେ ସଦାପ୍ରଭୁ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।
Nehemiah 9:25 in Oriya 25 ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
Psalm 13:6 in Oriya 6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।
Psalm 22:26 in Oriya 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
Psalm 25:2 in Oriya 2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ' ଉପରେ ଉଲ୍ଲାସ ନ କରନ୍ତୁ।
Psalm 37:19 in Oriya 19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
Psalm 72:18 in Oriya 18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
Psalm 103:5 in Oriya 5 ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
Psalm 116:7 in Oriya 7 ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।
Psalm 126:2 in Oriya 2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
Proverbs 13:25 in Oriya 25 ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ।
Song of Solomon 5:1 in Oriya 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Isaiah 25:1 in Oriya 1 ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।
Isaiah 29:22 in Oriya 22 ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 49:23 in Oriya 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
Isaiah 54:4 in Oriya 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
Isaiah 55:2 in Oriya 2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
Isaiah 62:8 in Oriya 8 ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, “ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
Joel 2:20 in Oriya 20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।”
Micah 6:14 in Oriya 14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍ଗକୁ ଦେବା।
Zephaniah 3:11 in Oriya 11 ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
Zechariah 9:15 in Oriya 15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
Zechariah 9:17 in Oriya 17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।
Romans 5:5 in Oriya 5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
Romans 9:33 in Oriya 33 ଯେପରି ଲେଖା ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
Romans 10:11 in Oriya 11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
1 Timothy 4:3 in Oriya 3 ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ୱର ଏସବୁ ତ ସୃଷ୍ଟି କରିଅଛନ୍ତି।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
1 John 2:28 in Oriya 28 ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।