Joel 2:27 in Oriya 27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
Other Translations King James Version (KJV) And ye shall know that I am in the midst of Israel, and that I am the LORD your God, and none else: and my people shall never be ashamed.
American Standard Version (ASV) And ye shall know that I am in the midst of Israel, and that I am Jehovah your God, and there is none else; and my people shall never be put to shame.
Bible in Basic English (BBE) And you will be certain that I am in Israel, and that I am the Lord your God, and there is no other: and my people will never be shamed.
Darby English Bible (DBY) And ye shall know that I am in the midst of Israel, and that I, Jehovah, [am] your God, and there is none else: and my people shall never be ashamed.
World English Bible (WEB) You will know that I am in the midst of Israel, And that I am Yahweh, your God, and there is no one else; And my people will never again be disappointed.
Young's Literal Translation (YLT) And ye have known that in the midst of Israel `am' I, And I `am' Jehovah your God, and there is none else, And not ashamed are My people to the age.
Cross Reference Leviticus 26:11 in Oriya 11 ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
Deuteronomy 23:14 in Oriya 14 କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।
Psalm 46:5 in Oriya 5 ପରମେଶ୍ୱର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
Psalm 68:18 in Oriya 18 ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Isaiah 45:5 in Oriya 5 ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
Isaiah 45:18 in Oriya 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Isaiah 53:6 in Oriya 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
Ezekiel 37:26 in Oriya 26 ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।
Ezekiel 39:22 in Oriya 22 ଏହିରୂପେ ସେହି ଦିନ ଓ ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ।
Ezekiel 39:28 in Oriya 28 ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
Joel 2:26 in Oriya 26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
Joel 3:17 in Oriya 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Zephaniah 3:17 in Oriya 17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
1 Peter 2:6 in Oriya 6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।
Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,