Joel 3:1 in Oriya 1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
Other Translations King James Version (KJV) For, behold, in those days, and in that time, when I shall bring again the captivity of Judah and Jerusalem,
American Standard Version (ASV) For, behold, in those days, and in that time, when I shall bring back the captivity of Judah and Jerusalem,
Bible in Basic English (BBE) And after that, it will come about, says the Lord, that I will send my spirit on all flesh; and your sons and your daughters will be prophets, your old men will have dreams, your young men will see visions:
Darby English Bible (DBY) For behold, in those days, and in that time, when I shall turn again the captivity of Judah and Jerusalem,
World English Bible (WEB) "For, behold, in those days, And in that time, When I restore the fortunes of Judah and Jerusalem,
Young's Literal Translation (YLT) For lo, in those days, and in that time, When I turn back `to' the captivity of Judah and Jerusalem,
Cross Reference Deuteronomy 30:3 in Oriya 3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
2 Chronicles 6:37 in Oriya 37 ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;
Psalm 14:7 in Oriya 7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
Psalm 85:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Jeremiah 16:15 in Oriya 15 ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।
Jeremiah 23:3 in Oriya 3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
Jeremiah 29:14 in Oriya 14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”
Jeremiah 30:3 in Oriya 3 କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,ଏପରି ସମୟ ଆସୁଅଛି;' ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।'”
Jeremiah 30:18 in Oriya 18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Ezekiel 16:53 in Oriya 53 ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;
Ezekiel 37:21 in Oriya 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Ezekiel 38:14 in Oriya 14 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ ?
Ezekiel 39:25 in Oriya 25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା।
Ezekiel 39:28 in Oriya 28 ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
Daniel 12:1 in Oriya 1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
Joel 2:29 in Oriya 29 ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Zephaniah 3:19 in Oriya 19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।