Joel 3:16 in Oriya 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
Other Translations King James Version (KJV) The LORD also shall roar out of Zion, and utter his voice from Jerusalem; and the heavens and the earth shall shake: but the LORD will be the hope of his people, and the strength of the children of Israel.
American Standard Version (ASV) And Jehovah will roar from Zion, and utter his voice from Jerusalem; and the heavens and the earth shall shake: but Jehovah will be a refuge unto his people, and a stronghold to the children of Israel.
Bible in Basic English (BBE) Come quickly, all you nations round about, and get yourselves together there: make your strong ones come down, O Lord.
Darby English Bible (DBY) And Jehovah will roar from Zion, and utter his voice from Jerusalem; and the heavens and the earth shall shake: and Jehovah will be a shelter for his people, and the refuge of the children of Israel.
World English Bible (WEB) Yahweh will roar from Zion, And thunder from Jerusalem; And the heavens and the earth will shake; But Yahweh will be a refuge to his people, And a stronghold to the children of Israel.
Young's Literal Translation (YLT) And Jehovah from Zion doth roar, And from Jerusalem giveth forth His voice, And shaken have the heavens and earth, And Jehovah `is' a refuge to his people, And a stronghold to sons of Israel.
Cross Reference 1 Samuel 15:29 in Oriya 29 ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।
Psalm 18:2 in Oriya 2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Psalm 29:11 in Oriya 11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 61:3 in Oriya 3 କାରଣ ତୁମ୍ଭେ ମୋ' ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Isaiah 33:16 in Oriya 16 ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
Isaiah 33:21 in Oriya 21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।
Isaiah 42:13 in Oriya 13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।
Isaiah 51:5 in Oriya 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Isaiah 51:16 in Oriya 16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Jeremiah 25:30 in Oriya 30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, “ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
Ezekiel 38:19 in Oriya 19 କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ଜାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
Hosea 11:10 in Oriya 10 ଆମ୍ଭେ ସିଂହ ତୁଲ୍ୟ ଗର୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
Joel 2:10 in Oriya 10 ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
Amos 1:2 in Oriya 2 ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
Amos 3:8 in Oriya 8 ସିଂହ ଗର୍ଜନ କରିଅଛି, କିଏ ଭୟ ନ କରିବ ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ ?
Haggai 2:6 in Oriya 6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;
Zechariah 10:6 in Oriya 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Zechariah 10:12 in Oriya 12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।
Zechariah 12:5 in Oriya 5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, “ଯିରୂଶାଲମର ନିବାସୀମାନେ ଆମର ବଳସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।
Hebrews 12:26 in Oriya 26 ସେତେବେଳେ ତାହାଙ୍କ ସ୍ୱର ପୃଥିବୀକି ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ସୁଦ୍ଧା କମ୍ପାଇବା।
Revelation 11:13 in Oriya 13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଇଶ୍ବରଙ୍କ ମହିମା କୀର୍ତ୍ତନ କଲେ।
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 16:18 in Oriya 18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।