Joel 3:2 in Oriya 2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
Other Translations King James Version (KJV) I will also gather all nations, and will bring them down into the valley of Jehoshaphat, and will plead with them there for my people and for my heritage Israel, whom they have scattered among the nations, and parted my land.
American Standard Version (ASV) I will gather all nations, and will bring them down into the valley of Jehoshaphat; and I will execute judgment upon them there for my people and for my heritage Israel, whom they have scattered among the nations: and they have parted my land,
Bible in Basic English (BBE) And on the servants and the servant-girls in those days I will send my spirit.
Darby English Bible (DBY) I will also gather all the nations, and will bring them down into the valley of Jehoshaphat, and I will enter into judgment with them there on account of my people and mine inheritance, Israel, whom they have scattered among the nations: and they have parted my land;
World English Bible (WEB) I will gather all nations, And will bring them down into the valley of Jehoshaphat; And I will execute judgment on them there for my people, And for my heritage, Israel, whom they have scattered among the nations. They have divided my land,
Young's Literal Translation (YLT) Then I have gathered all the nations, And caused them to go down unto the valley of Jehoshaphat, And I have been judged with them there, Concerning My people and Mine inheritance -- Israel, Whom they scattered among nations, And My land they have apportioned.
Cross Reference 2 Chronicles 20:26 in Oriya 26 ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।
Isaiah 66:16 in Oriya 16 କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ଼୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
Jeremiah 12:14 in Oriya 14 ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା ବଂଶକୁ ଉତ୍ପାଟନ କରିବା।
Jeremiah 25:31 in Oriya 31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,” ଏହା ସଦାପ୍ରଭୁ କହନ୍ତି।
Jeremiah 49:1 in Oriya 1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?”
Ezekiel 25:8 in Oriya 8 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, “ଦେଖ, ଯିହୂଦା-ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,”
Ezekiel 35:10 in Oriya 10 ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, “ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋ'ର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା,”
Ezekiel 36:5 in Oriya 5 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;
Ezekiel 38:22 in Oriya 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
Ezekiel 39:11 in Oriya 11 ପୁଣି, ଆମ୍ଭେ ସେହି ଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବର-ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ।
Joel 3:12 in Oriya 12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
Amos 1:11 in Oriya 11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Obadiah 1:10 in Oriya 10 ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।
Zephaniah 2:8 in Oriya 8 ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
Zephaniah 3:8 in Oriya 8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
Zechariah 12:3 in Oriya 3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
Zechariah 14:2 in Oriya 2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।
Revelation 11:18 in Oriya 18 ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।
Revelation 16:6 in Oriya 6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ।
Revelation 16:14 in Oriya 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଇଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।
Revelation 16:16 in Oriya 16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ।
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।
Revelation 19:19 in Oriya 19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।
Revelation 20:8 in Oriya 8 ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।