Joel 3:7 in Oriya 7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
Other Translations King James Version (KJV) Behold, I will raise them out of the place whither ye have sold them, and will return your recompence upon your own head:
American Standard Version (ASV) behold, I will stir them up out of the place whither ye have sold them, and will return your recompense upon your own head;
Bible in Basic English (BBE) I will get together all the nations, and make them come down into the valley of Jehoshaphat; and there I will take up with them the cause of my people and of my heritage Israel, whom they have sent wandering among the nations, and of my land which has been parted by them.
Darby English Bible (DBY) Behold, I will raise them up out of the place whither ye have sold them, and will bring your recompence upon your own head.
World English Bible (WEB) Behold, I will stir them up out of the place where you have sold them, And will return your repayment on your own head;
Young's Literal Translation (YLT) Lo, I am stirring them up out of the place Whither ye have sold them, And I have turned back your recompence on your head,
Cross Reference Judges 1:7 in Oriya 7 ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
1 Samuel 15:33 in Oriya 33 ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ଼୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
Esther 7:10 in Oriya 10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
Isaiah 11:12 in Oriya 12 ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
Isaiah 43:5 in Oriya 5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
Isaiah 49:12 in Oriya 12 ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍ ଦେଶରୁ ଆସିବେ।
Jeremiah 23:8 in Oriya 8 ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,” ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।
Jeremiah 30:10 in Oriya 10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।'
Jeremiah 30:16 in Oriya 16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
Jeremiah 31:8 in Oriya 8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
Jeremiah 32:37 in Oriya 37 “ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
Ezekiel 34:12 in Oriya 12 କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।
Ezekiel 36:24 in Oriya 24 କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
Ezekiel 38:8 in Oriya 8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
Joel 3:4 in Oriya 4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
Zechariah 10:6 in Oriya 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Matthew 7:2 in Oriya 2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ।
2 Thessalonians 1:6 in Oriya 6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
James 2:13 in Oriya 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
Revelation 13:10 in Oriya 10 କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ। ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।
Revelation 16:6 in Oriya 6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ।
Revelation 19:2 in Oriya 2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।