John 1:15 in Oriya 15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
Other Translations King James Version (KJV) John bare witness of him, and cried, saying, This was he of whom I spake, He that cometh after me is preferred before me: for he was before me.
American Standard Version (ASV) John beareth witness of him, and crieth, saying, This was he of whom I said, He that cometh after me is become before me: for he was before me.
Bible in Basic English (BBE) John gave witness about him, crying, This is he of whom I said, He who is coming after me is put over me because he was in existence before me.
Darby English Bible (DBY) (John bears witness of him, and he has cried, saying, This was he of whom I said, He that comes after me is preferred before me, for he was before me;)
World English Bible (WEB) John testified about him. He cried out, saying, "This was he of whom I said, 'He who comes after me has surpassed me, for he was before me.'"
Young's Literal Translation (YLT) John doth testify concerning him, and hath cried, saying, `This was he of whom I said, He who after me is coming, hath come before me, for he was before me;'
Cross Reference Proverbs 8:22 in Oriya 22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Matthew 3:11 in Oriya 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Matthew 3:13 in Oriya 13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ।
Mark 1:7 in Oriya 7 ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ।
Luke 3:16 in Oriya 16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 1:7 in Oriya 7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
John 1:27 in Oriya 27 ସେ ମୋ' ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
John 1:29 in Oriya 29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
John 3:26 in Oriya 26 ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।
John 5:33 in Oriya 33 ତୁମ୍ଭେମାନେ ଯୋହନଙ୍କ ନିକଟକୁ ଲୋକ ପଠାଇଅଛ ଓ ସେ ସତ୍ୟ ସପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି;
John 8:58 in Oriya 58 ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।
John 17:5 in Oriya 5 ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।
Philippians 2:6 in Oriya 6 ସେ ଈଶ୍ୱରରୂପୀ ହେଲେ ହେଁ ଇଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
Colossians 1:17 in Oriya 17 ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।
Hebrews 13:8 in Oriya 8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
Revelation 1:11 in Oriya 11 ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।
Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Revelation 2:8 in Oriya 8 ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,