John 1:38 in Oriya 38 ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କ'ଣ ଖୋଜୁଅଛ ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି ?
Other Translations King James Version (KJV) Then Jesus turned, and saw them following, and saith unto them, What seek ye? They said unto him, Rabbi, (which is to say, being interpreted, Master,) where dwellest thou?
American Standard Version (ASV) And Jesus turned, and beheld them following, and saith unto them, What seek ye? And they said unto him, Rabbi (which is to say, being interpreted, Teacher), where abideth thou?
Bible in Basic English (BBE) And Jesus, turning round, saw them coming after him and said to them, What are you looking for? They said to him, Rabbi (which is to say, Master), where are you living?
Darby English Bible (DBY) But Jesus having turned, and seeing them following, says to them, What seek ye? And *they* said to him, Rabbi (which, being interpreted, signifies Teacher), where abidest thou?
World English Bible (WEB) Jesus turned, and saw them following, and said to them, "What are you looking for?" They said to him, "Rabbi" (which is to say, being interpreted, Teacher), "where are you staying?"
Young's Literal Translation (YLT) And Jesus having turned, and having beheld them following, saith to them, `What seek ye?' and they said to them, `Rabbi, (which is, being interpreted, Teacher,) where remainest thou?'
Cross Reference Ruth 1:16 in Oriya 16 ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।
1 Kings 10:8 in Oriya 8 ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
Psalm 27:4 in Oriya 4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
Proverbs 3:18 in Oriya 18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
Proverbs 8:34 in Oriya 34 ଯେ ମୋ' କଥା ଶୁଣେ ଓ ମୋ' ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ' ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
Proverbs 13:20 in Oriya 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
Song of Solomon 1:7 in Oriya 7 ହେ ମୋ' ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
Matthew 23:7 in Oriya 7 ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।
Luke 7:24 in Oriya 24 ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ?
Luke 8:38 in Oriya 38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;
Luke 10:39 in Oriya 39 ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ , ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
Luke 14:25 in Oriya 25 ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,
Luke 15:20 in Oriya 20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।
Luke 18:40 in Oriya 40 ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
Luke 19:5 in Oriya 5 ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, ଜଖିୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।
Luke 22:61 in Oriya 61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
John 1:49 in Oriya 49 ନଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଇଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
John 3:26 in Oriya 26 ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।
John 6:25 in Oriya 25 ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ ?
John 12:21 in Oriya 21 ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।
John 18:4 in Oriya 4 ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ?
John 18:7 in Oriya 7 ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ? ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ।
John 20:15 in Oriya 15 ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି।
Acts 10:21 in Oriya 21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କ'ଣ ?
Acts 10:29 in Oriya 29 ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି ?