John 1:41 in Oriya 41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ।
Other Translations King James Version (KJV) He first findeth his own brother Simon, and saith unto him, We have found the Messias, which is, being interpreted, the Christ.
American Standard Version (ASV) He findeth first his own brother Simon, and saith unto him, We have found the Messiah (which is, being interpreted, Christ).
Bible in Basic English (BBE) Early in the morning he came across his brother and said to him, We have made discovery! It is the Messiah! (which is to say, the Christ).
Darby English Bible (DBY) He first finds his own brother Simon, and says to him, We have found the Messias (which being interpreted is Christ).
World English Bible (WEB) He first found his own brother, Simon, and said to him, "We have found the Messiah!" (which is, being interpreted, Christ{"Messiah" (Hebrew) and "Christ" (Greek) both mean "Anointed One".}).
Young's Literal Translation (YLT) this one doth first find his own brother Simon, and saith to him, `We have found the Messiah,' (which is, being interpreted, The Anointed,)
Cross Reference 2 Kings 7:9 in Oriya 9 ତେବେ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ଭଲ କରୁନାହୁଁ; ଆଜି ସୁସମ୍ବାଦର ଦିନ, ମାତ୍ର ଆମ୍ଭେମାନେ ତୁନି ହୋଇ ରହୁଅଛୁ; ଯେବେ ଆମ୍ଭେମାନେ ପ୍ରଭାତ ଆଲୁଅ ପର୍ଯ୍ୟନ୍ତ ବିଳମ୍ବ କରୁ, ତେବେ ଆମ୍ଭମାନଙ୍କୁ ଦଣ୍ଡ ଘଟିବ; ଏହେତୁ ଏବେ ଆସ, ଆମ୍ଭେମାନେ ଯାଇ ରାଜଗୃହରେ ସମ୍ବାଦ ଦେଉ।”
Psalm 2:2 in Oriya 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
Psalm 45:7 in Oriya 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Psalm 89:20 in Oriya 20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
Isaiah 2:3 in Oriya 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Isaiah 11:2 in Oriya 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Daniel 9:25 in Oriya 25 ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନର୍ନିର୍ମିତ ହେବ।
Luke 2:17 in Oriya 17 ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
Luke 2:38 in Oriya 38 ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଇଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
John 1:36 in Oriya 36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ।
John 1:45 in Oriya 45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
John 4:25 in Oriya 25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।
John 4:28 in Oriya 28 ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
Acts 4:27 in Oriya 27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Acts 13:32 in Oriya 32 ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
Hebrews 1:8 in Oriya 8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”
1 John 1:3 in Oriya 3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।