John 1:45 in Oriya 45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
Other Translations King James Version (KJV) Philip findeth Nathanael, and saith unto him, We have found him, of whom Moses in the law, and the prophets, did write, Jesus of Nazareth, the son of Joseph.
American Standard Version (ASV) Philip findeth Nathanael, and saith unto him, We have found him, of whom Moses in the law, and the prophets, wrote, Jesus of Nazareth, the son of Joseph.
Bible in Basic English (BBE) Philip came across Nathanael and said to him, We have made a discovery! It is he of whom Moses, in the law, and the prophets were writing, Jesus of Nazareth, the son of Joseph.
Darby English Bible (DBY) Philip finds Nathanael, and says to him, We have found him of whom Moses wrote in the law, and the prophets, Jesus, the son of Joseph, who is from Nazareth.
World English Bible (WEB) Philip found Nathanael, and said to him, "We have found him, of whom Moses in the law, and the prophets, wrote: Jesus of Nazareth, the son of Joseph."
Young's Literal Translation (YLT) Philip findeth Nathanael, and saith to him, `Him of whom Moses wrote in the Law, and the prophets, we have found, Jesus the son of Joseph, who `is' from Nazareth;'
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Genesis 22:18 in Oriya 18 ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Deuteronomy 18:18 in Oriya 18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।
Isaiah 4:2 in Oriya 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 53:2 in Oriya 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Zechariah 6:12 in Oriya 12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!”
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 2:23 in Oriya 23 ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”
Matthew 13:55 in Oriya 55 ଏ କି ସେହି ବଢ଼େଇର ପୁଅ ନୁହେଁ ? ଏହାର ମାଁ ନାମ କ'ଣ ମରିୟମ ନୁହେଁ ? ପୁଣି, ଏହାର ଭାଇମାନଙ୍କ ନାଁ କ'ଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ ?
Matthew 21:11 in Oriya 11 ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।
Mark 6:3 in Oriya 3 ଏ କି ସେହି ବଢ଼େଇ ନୁହେଁ ? ଏ କି ମରିୟମର ପୁଅ, ଆଉ ଯାକୁବ, ଯୋସି, ଯିହୁଦା ଓ ଶିମୋନର ଭାଇ ନୁହେଁ ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।
Mark 14:67 in Oriya 67 ଆଉ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
Luke 2:4 in Oriya 4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
Luke 3:23 in Oriya 23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶି ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,
Luke 4:22 in Oriya 22 ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କ'ଣ ଯୋଷେଫର ପୁତ୍ର ନୁହେଁ ?
Luke 24:27 in Oriya 27 ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
John 1:46 in Oriya 46 ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇ ପାରେ ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ।
John 5:45 in Oriya 45 ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି।
John 6:42 in Oriya 42 ଏ କ'ଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କ'ଣ ଏହାର ପିତାମାତାକୁ ଜାଣୁ ନାହୁଁ ? ତେବେ ମୁଁ ସ୍ୱର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି ?
John 18:5 in Oriya 5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, ମୁଁ ସେହି। ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।
John 18:7 in Oriya 7 ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ? ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ।
John 19:19 in Oriya 19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା।
John 21:2 in Oriya 2 ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।
Acts 2:22 in Oriya 22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;
Acts 3:6 in Oriya 6 କିନ୍ତୁ ପିତର କହିଲେ, “ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ।”
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Acts 22:8 in Oriya 8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।
Acts 26:9 in Oriya 9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।