Cross Reference Genesis 28:12 in Oriya 12 ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
Ezekiel 1:1 in Oriya 1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
Daniel 7:9 in Oriya 9 ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
Daniel 7:13 in Oriya 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 3:16 in Oriya 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଇଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
Matthew 4:11 in Oriya 11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।
Matthew 8:20 in Oriya 20 ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।
Matthew 9:6 in Oriya 6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।
Matthew 16:13 in Oriya 13 ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କ'ଣ କହନ୍ତି ?
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Matthew 25:31 in Oriya 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Matthew 26:24 in Oriya 24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Mark 1:10 in Oriya 10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,
Mark 14:62 in Oriya 62 ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Luke 2:9 in Oriya 9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
Luke 2:13 in Oriya 13 ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଇଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
Luke 3:21 in Oriya 21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
Luke 22:43 in Oriya 43 ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ।
Luke 22:69 in Oriya 69 କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଇଶ୍ବରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ।
Luke 24:4 in Oriya 4 ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
John 3:5 in Oriya 5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ।
John 3:13 in Oriya 13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।
John 5:19 in Oriya 19 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 5:27 in Oriya 27 ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।
John 6:26 in Oriya 26 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।
John 6:32 in Oriya 32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାଁନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
John 6:47 in Oriya 47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
John 6:53 in Oriya 53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
John 8:34 in Oriya 34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।
John 8:51 in Oriya 51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।
John 8:58 in Oriya 58 ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।
John 10:1 in Oriya 1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
John 10:7 in Oriya 7 ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।
John 12:23 in Oriya 23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।
John 13:16 in Oriya 16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
John 13:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
John 13:38 in Oriya 38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।
John 14:12 in Oriya 12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋ'ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହି ସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।
John 16:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
John 16:23 in Oriya 23 ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
John 21:18 in Oriya 18 ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।
Acts 1:10 in Oriya 10 ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
Acts 7:56 in Oriya 56 ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।
Acts 10:11 in Oriya 11 ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
2 Thessalonians 1:7 in Oriya 7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
2 Thessalonians 1:9 in Oriya 9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ),
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।
Hebrews 1:14 in Oriya 14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?
Jude 1:14 in Oriya 14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
Revelation 4:1 in Oriya 1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।