John 10:1 in Oriya 1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
Other Translations King James Version (KJV) Verily, verily, I say unto you, He that entereth not by the door into the sheepfold, but climbeth up some other way, the same is a thief and a robber.
American Standard Version (ASV) Verily, verily, I say unto you, He that entereth not by the door into the fold of the sheep, but climbeth up some other way, the same is a thief and a robber.
Bible in Basic English (BBE) Truly I say to you, He who does not go through the door into the place where the sheep are kept, but gets in by some other way, is a thief and an outlaw.
Darby English Bible (DBY) Verily, verily, I say to you, He that enters not in by the door to the fold of the sheep, but mounts up elsewhere, *he* is a thief and a robber;
World English Bible (WEB) "Most assuredly, I tell you, one who doesn't enter by the door into the sheep fold, but climbs up some other way, the same is a thief and a robber.
Young's Literal Translation (YLT) `Verily, verily, I say to you, He who is not entering through the door to the fold of the sheep, but is going up from another side, that one is a thief and a robber;
Cross Reference Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Jeremiah 14:15 in Oriya 15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,' ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
Jeremiah 23:16 in Oriya 16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
Jeremiah 23:21 in Oriya 21 ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Jeremiah 23:32 in Oriya 32 ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
Jeremiah 28:15 in Oriya 15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
Jeremiah 29:31 in Oriya 31 ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, “ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,'
Ezekiel 13:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍-ବକ୍ତାମାନେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Zechariah 11:4 in Oriya 4 ସଦାପ୍ରଭୁ ମୋ' ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।”
Zechariah 11:16 in Oriya 16 କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ।
Matthew 7:15 in Oriya 15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !
Matthew 23:16 in Oriya 16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ବାରା ବନ୍ଧା।
John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
John 10:8 in Oriya 8 ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।
Romans 10:15 in Oriya 15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।
Romans 16:18 in Oriya 18 କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
Ephesians 4:8 in Oriya 8 ଏଥି ନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ୱକୁ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।
Titus 1:11 in Oriya 11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
Hebrews 5:4 in Oriya 4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଇଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
1 John 4:1 in Oriya 1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।