John 10:10 in Oriya 10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି।
Other Translations King James Version (KJV) The thief cometh not, but for to steal, and to kill, and to destroy: I am come that they might have life, and that they might have it more abundantly.
American Standard Version (ASV) The thief cometh not, but that he may steal, and kill, and destroy: I came that they may have life, and may have `it' abundantly.
Bible in Basic English (BBE) The thief comes only to take the sheep and to put them to death: he comes for their destruction: I have come so that they may have life and have it in greater measure.
Darby English Bible (DBY) The thief comes not but that he may steal, and kill, and destroy: I am come that they might have life, and might have [it] abundantly.
World English Bible (WEB) The thief only comes to steal, kill, and destroy. I came that they may have life, and may have it abundantly.
Young's Literal Translation (YLT) `The thief doth not come, except that he may steal, and kill, and destroy; I came that they may have life, and may have `it' abundantly.
Cross Reference Isaiah 56:11 in Oriya 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Hosea 7:1 in Oriya 1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
Matthew 18:10 in Oriya 10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Matthew 20:28 in Oriya 28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।
Matthew 21:13 in Oriya 13 ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Mark 11:17 in Oriya 17 ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ ‘ଡକାୟତମାନଙ୍କ ଗହ୍ୱର' କରିଅଛ।
Luke 19:10 in Oriya 10 କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।
John 3:17 in Oriya 17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
John 6:33 in Oriya 33 କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ୱରଦତ୍ତ ଆହାର।
John 6:51 in Oriya 51 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।
John 10:1 in Oriya 1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
John 12:6 in Oriya 6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।
John 12:47 in Oriya 47 କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି।
Romans 2:21 in Oriya 21 ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ଆପଣାକୁ ଶିକ୍ଷା ଦେଉ ନାହଁ ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ ?
Romans 5:13 in Oriya 13 କାରଣ ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
1 Timothy 1:15 in Oriya 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
Hebrews 6:17 in Oriya 17 ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
Hebrews 7:25 in Oriya 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
2 Peter 1:11 in Oriya 11 ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।