John 10:18 in Oriya 18 କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।
Other Translations King James Version (KJV) No man taketh it from me, but I lay it down of myself. I have power to lay it down, and I have power to take it again. This commandment have I received of my Father.
American Standard Version (ASV) No one taketh it away from me, but I lay it down of myself. I have power to lay it down, and I have power to take it again. This commandment received I from my Father.
Bible in Basic English (BBE) No one takes it away from me; I give it up of myself. I have power to give it up, and I have power to take it again. These orders I have from my Father.
Darby English Bible (DBY) No one takes it from me, but I lay it down of myself. I have authority to lay it down and I have authority to take it again. I have received this commandment of my Father.
World English Bible (WEB) No one takes it away from me, but I lay it down by myself. I have power to lay it down, and I have power to take it again. I received this commandment from my Father."
Young's Literal Translation (YLT) no one doth take it from me, but I lay it down of myself; authority I have to lay it down, and authority I have again to take it; this command I received from my Father.'
Cross Reference Psalm 40:6 in Oriya 6 ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
Isaiah 53:10 in Oriya 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Matthew 26:53 in Oriya 53 ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ ?
John 2:19 in Oriya 19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
John 5:30 in Oriya 30 ମୁଁ ନିଜେ କିଛି କରି ପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
John 6:38 in Oriya 38 କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
John 10:11 in Oriya 11 ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।
John 10:15 in Oriya 15 ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ।
John 10:17 in Oriya 17 ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ।
John 14:31 in Oriya 31 କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥି ନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।
John 15:10 in Oriya 10 ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।
John 18:5 in Oriya 5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, ମୁଁ ସେହି। ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।
John 19:11 in Oriya 11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।
Acts 2:24 in Oriya 24 କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
Acts 2:32 in Oriya 32 ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ।
Acts 3:15 in Oriya 15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
Philippians 2:6 in Oriya 6 ସେ ଈଶ୍ୱରରୂପୀ ହେଲେ ହେଁ ଇଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 2:9 in Oriya 9 କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଇଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
Hebrews 5:6 in Oriya 6 ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
Hebrews 10:6 in Oriya 6 ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।