John 11:42 in Oriya 42 ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।
Other Translations King James Version (KJV) And I knew that thou hearest me always: but because of the people which stand by I said it, that they may believe that thou hast sent me.
American Standard Version (ASV) And I knew that thou hearest me always: but because of the multitude that standeth around I said it, that they may believe that thou didst send me.
Bible in Basic English (BBE) I was certain that your ears are at all times open to me, but I said it because of these who are here, so that they may see that you sent me.
Darby English Bible (DBY) but I knew that thou always hearest me; but on account of the crowd who stand around I have said [it], that they may believe that thou hast sent me.
World English Bible (WEB) I know that you always listen to me, but because of the multitude that stands around I said this, that they may believe that you sent me."
Young's Literal Translation (YLT) and I knew that Thou always dost hear me, but, because of the multitude that is standing by, I said `it', that they may believe that Thou didst send me.'
Cross Reference Matthew 12:22 in Oriya 22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
Matthew 26:53 in Oriya 53 ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ ?
John 3:17 in Oriya 17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
John 6:38 in Oriya 38 କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
John 7:28 in Oriya 28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
John 8:16 in Oriya 16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି।
John 8:29 in Oriya 29 ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାଁନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।
John 8:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।
John 9:24 in Oriya 24 ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ୱରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
John 10:36 in Oriya 36 ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଇଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?
John 11:22 in Oriya 22 କିନ୍ତୁ ଆପଣ ଈଶ୍ୱରଙ୍କୁ ଯାହା କିଛି ମାଗିବେ, ଈଶ୍ୱର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ।
John 11:31 in Oriya 31 ଅତଏବ, ଯେଉଁ ଯିହୂଦୀମାନେ ତାଙ୍କ ସହିତ ଗୃହରେ ଥାଇ ତାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରିୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାଙ୍କ ପଛେ ପଛେ ଗଲେ।
John 11:45 in Oriya 45 ଅତଏବ, ଯିହୂଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରିୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
John 12:27 in Oriya 27 ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।
John 17:8 in Oriya 8 କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
John 17:25 in Oriya 25 ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
John 20:31 in Oriya 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Galatians 4:4 in Oriya 4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
Hebrews 7:25 in Oriya 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
1 John 4:9 in Oriya 9 ଏଥିରେ ହିଁ ଇଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
1 John 4:14 in Oriya 14 ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।