John 12:34 in Oriya 34 ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ ? ଏହି ମନୁଷ୍ୟପୁତ୍ର କିଏ ?
Other Translations King James Version (KJV) The people answered him, We have heard out of the law that Christ abideth for ever: and how sayest thou, The Son of man must be lifted up? who is this Son of man?
American Standard Version (ASV) The multitude therefore answered him, We have heard out of the law that the Christ abideth for ever: and how sayest thou, The Son of man must be lifted up? who is this Son of man?
Bible in Basic English (BBE) Then the people in answer said to him, The law says that the Christ will have life without end: how say you then that it is necessary for the Son of man to be lifted up? Who is this Son of man?
Darby English Bible (DBY) The crowd answered him, We have heard out of the law that the Christ abides for ever; and how sayest thou that the Son of man must be lifted up? Who *is* this, the Son of man?
World English Bible (WEB) The multitude answered him, "We have heard out of the law that the Christ remains forever. How do you say, 'The Son of Man must be lifted up?' Who is this Son of Man?"
Young's Literal Translation (YLT) the multitude answered him, `We heard out of the law that the Christ doth remain -- to the age; and how dost thou say, That it behoveth the Son of Man to be lifted up? who is this -- the Son of Man?'
Cross Reference 2 Samuel 7:13 in Oriya 13 ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
Psalm 72:7 in Oriya 7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Psalm 89:36 in Oriya 36 ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
Psalm 110:4 in Oriya 4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 53:8 in Oriya 8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା ? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।
Ezekiel 37:24 in Oriya 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 7:14 in Oriya 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Daniel 7:27 in Oriya 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
Micah 4:7 in Oriya 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
Matthew 8:20 in Oriya 20 ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।
Matthew 16:13 in Oriya 13 ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କ'ଣ କହନ୍ତି ?
Matthew 21:10 in Oriya 10 ଆଉ ସେ ଯିରୂଶାଲମରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।
Matthew 22:42 in Oriya 42 ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କ'ଣ ? ସେ କାହାର ସନ୍ତାନ ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର।
John 3:14 in Oriya 14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
John 5:25 in Oriya 25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
John 8:53 in Oriya 53 ତୁ କ'ଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?
John 10:34 in Oriya 34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଏହା କ'ଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ ?
John 12:32 in Oriya 32 ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।
John 15:25 in Oriya 25 ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ, ସେମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏପରି ଘଟୁଅଛି।
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Romans 5:18 in Oriya 18 ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।