John 12:40 in Oriya 40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
Other Translations King James Version (KJV) He hath blinded their eyes, and hardened their heart; that they should not see with their eyes, nor understand with their heart, and be converted, and I should heal them.
American Standard Version (ASV) He hath blinded their eyes, and he hardened their heart; Lest they should see with their eyes, and perceive with their heart, And should turn, And I should heal them.
Bible in Basic English (BBE) He has made their eyes blind, and their hearts hard; for fear that they might see with their eyes and get knowledge with their hearts, and be changed, and I might make them well.
Darby English Bible (DBY) He has blinded their eyes and hardened their heart, that they may not see with their eyes, and understand with their heart and be converted, and I should heal them.
World English Bible (WEB) "He has blinded their eyes and he hardened their heart, Lest they should see with their eyes, And perceive with their heart, And would turn, And I would heal them."
Young's Literal Translation (YLT) `He hath blinded their eyes, and hardened their heart, that they might not see with the eyes, and understand with the heart, and turn back, and I might heal them;'
Cross Reference Exodus 4:21 in Oriya 21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”
Exodus 7:3 in Oriya 3 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।
Exodus 7:13 in Oriya 13 ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
Exodus 14:4 in Oriya 4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
Exodus 14:8 in Oriya 8 ଆଉ ସଦାପ୍ରଭୁ ମିସ୍ରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ-ସନ୍ତାନମାନେ ଉର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।
Exodus 14:17 in Oriya 17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
Deuteronomy 29:4 in Oriya 4 ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।”
Joshua 11:20 in Oriya 20 କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।
1 Kings 22:20 in Oriya 20 ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
Psalm 6:2 in Oriya 2 ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ'ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
Psalm 41:4 in Oriya 4 ମୁଁ କହିଲି, “ହେ ସଦାପ୍ରଭୁ, ମୋ' ପ୍ରତି ଦୟା କର; ମୋ' ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
Psalm 135:10 in Oriya 10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
Psalm 147:3 in Oriya 3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
Isaiah 6:10 in Oriya 10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
Isaiah 26:11 in Oriya 11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
Isaiah 29:10 in Oriya 10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
Isaiah 42:19 in Oriya 19 ଆମ୍ଭର ଦାସ ଛଡ଼ା ଅନ୍ଧ କିଏ ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ ?
Isaiah 53:5 in Oriya 5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
Isaiah 57:18 in Oriya 18 ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
Jeremiah 3:22 in Oriya 22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
Jeremiah 5:21 in Oriya 21 ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Ezekiel 12:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।
Ezekiel 14:9 in Oriya 9 ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
Hosea 6:1 in Oriya 1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
Hosea 14:4 in Oriya 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Matthew 13:13 in Oriya 13 ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
Mark 4:12 in Oriya 12 ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।
Mark 6:52 in Oriya 52 କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।
Mark 8:17 in Oriya 17 ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ?
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Luke 8:10 in Oriya 10 ସେଥିରେ ସେ କହିଲେ, ଇଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ।
John 9:39 in Oriya 39 ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Acts 15:3 in Oriya 3 ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।
Acts 28:26 in Oriya 26 ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
Romans 9:18 in Oriya 18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।
Romans 11:7 in Oriya 7 ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
James 5:19 in Oriya 19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,