John 12:42 in Oriya 42 ତଥାପି ଯିହୂଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,
Other Translations King James Version (KJV) Nevertheless among the chief rulers also many believed on him; but because of the Pharisees they did not confess him, lest they should be put out of the synagogue:
American Standard Version (ASV) Nevertheless even of the rulers many believed on him; but because of the Pharisees they did not confess `it', lest they should be put out of the synagogue:
Bible in Basic English (BBE) However, a number even of the rulers had belief in him, but because of the Pharisees they did not say so openly for fear that they might be shut out from the Synagogue:
Darby English Bible (DBY) Although indeed from among the rulers also many believed on him, but on account of the Pharisees did not confess [him], that they might not be put out of the synagogue:
World English Bible (WEB) Nevertheless even of the rulers many believed in him, but because of the Pharisees they didn't confess it, so that they wouldn't be put out of the synagogue,
Young's Literal Translation (YLT) Still, however, also out of the rulers did many believe in him, but because of the Pharisees they were not confessing, that they might not be put out of the synagogue,
Cross Reference Proverbs 29:25 in Oriya 25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Isaiah 57:11 in Oriya 11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?
Isaiah 66:5 in Oriya 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
Matthew 10:32 in Oriya 32 ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି।
Matthew 26:69 in Oriya 69 ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
Luke 6:22 in Oriya 22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Luke 12:8 in Oriya 8 ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଇଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
John 7:13 in Oriya 13 ତଥାପି ଯିହୂଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ।
John 7:48 in Oriya 48 ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
John 9:22 in Oriya 22 ତାହାର ପିତାମାତା ଯିହୂଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୂଦୀମାନେ ଏକମତ ହୋଇଥିଲେ।
John 9:34 in Oriya 34 ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ ? ସେଥିରେ ସେମାନେ ତାକୁ ବାହାର କରିଦେଲେ।
John 11:45 in Oriya 45 ଅତଏବ, ଯିହୂଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରିୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
John 12:11 in Oriya 11 କାରଣ ତାଙ୍କ ଯୋଗୁଁ ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ।
John 16:2 in Oriya 2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
John 19:38 in Oriya 38 ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୂଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ।
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Romans 10:10 in Oriya 10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
1 Peter 4:12 in Oriya 12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
1 John 4:2 in Oriya 2 ଏହା ଦ୍ୱାରା ତୁମ୍ଭେମାନେ ଇଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ,
1 John 4:15 in Oriya 15 ଯେ କେହି ଯୀଶୁଙ୍କୁ ଇଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି।