John 13:1 in Oriya 1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
Other Translations King James Version (KJV) Now before the feast of the passover, when Jesus knew that his hour was come that he should depart out of this world unto the Father, having loved his own which were in the world, he loved them unto the end.
American Standard Version (ASV) Now before the feast of the passover, Jesus knowing that his hour was come that he should depart out of this world unto his Father, having loved his own that were in the world, he loved them unto the end.
Bible in Basic English (BBE) Now before the feast of the Passover, it was clear to Jesus that the time had come for him to go away from this world to the Father. Having once had love for those in the world who were his, his love for them went on to the end.
Darby English Bible (DBY) Now before the feast of the passover, Jesus, knowing that his hour had come that he should depart out of this world to the Father, having loved his own who were in the world, loved them to the end.
World English Bible (WEB) Now before the feast of the Passover, Jesus knowing that his time had come that he would depart from this world to the Father, having loved his own who were in the world, he loved them to the end.
Young's Literal Translation (YLT) And before the feast of the passover, Jesus knowing that his hour hath come, that he may remove out of this world unto the Father, having loved his own who `are' in the world -- to the end he loved them.
Cross Reference Jeremiah 31:3 in Oriya 3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
Matthew 26:2 in Oriya 2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।
Matthew 26:45 in Oriya 45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Mark 14:1 in Oriya 1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
Luke 9:51 in Oriya 51 ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
Luke 13:32 in Oriya 32 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।
Luke 22:1 in Oriya 1 ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।
Luke 22:53 in Oriya 53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।
John 6:4 in Oriya 4 ସେତେବେଳେ ଯିହୂଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।
John 7:6 in Oriya 6 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ।
John 7:30 in Oriya 30 ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
John 8:20 in Oriya 20 ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
John 11:9 in Oriya 9 ଯୀଶୁ ଉତ୍ତର ଦେଲେ, ଦିନରେ କ'ଣ ବାର ଘଣ୍ଟା ନାହିଁ ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
John 11:55 in Oriya 55 ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ।
John 12:23 in Oriya 23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।
John 13:3 in Oriya 3 ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଇଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଇଶ୍ବରଙ୍କ ନିକଟକୁ ଯାଉଅଛନ୍ତି,
John 13:34 in Oriya 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
John 14:28 in Oriya 28 ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି, ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋ'ଠାରୁ ମହାନ।
John 15:9 in Oriya 9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
John 15:13 in Oriya 13 ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
John 16:5 in Oriya 5 କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।
John 16:28 in Oriya 28 ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।
John 17:1 in Oriya 1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
John 17:5 in Oriya 5 ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।
John 17:9 in Oriya 9 ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;
John 17:13 in Oriya 13 କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
John 17:16 in Oriya 16 ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।
John 17:26 in Oriya 26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।
John 18:4 in Oriya 4 ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ?
Romans 8:37 in Oriya 37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
1 Corinthians 1:8 in Oriya 8 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।
Ephesians 5:25 in Oriya 25 ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Hebrews 3:6 in Oriya 6 କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
Hebrews 3:14 in Oriya 14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।
Hebrews 6:11 in Oriya 11 ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
1 Peter 1:13 in Oriya 13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
1 John 4:19 in Oriya 19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,