John 13:10 in Oriya 10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।
Other Translations King James Version (KJV) Jesus saith to him, He that is washed needeth not save to wash his feet, but is clean every whit: and ye are clean, but not all.
American Standard Version (ASV) Jesus saith to him, He that is bathed needeth not save to wash his feet, but is clean every whit: and ye are clean, but not all.
Bible in Basic English (BBE) Jesus said to him, He who is bathed has need only to have his feet washed and then he is clean all over: and you, my disciples, are clean, but not all of you.
Darby English Bible (DBY) Jesus says to him, He that is washed all over needs not to wash save his feet, but is wholly clean; and ye are clean, but not all.
World English Bible (WEB) Jesus said to him, "Someone who has bathed only needs to have his feet washed, but is completely clean. You are clean, but not all of you."
Young's Literal Translation (YLT) Jesus saith to him, `He who hath been bathed hath no need save to wash his feet, but he is clean altogether; and ye are clean, but not all;'
Cross Reference Leviticus 16:26 in Oriya 26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।
Leviticus 16:28 in Oriya 28 ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
Leviticus 17:15 in Oriya 15 ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।
Numbers 19:7 in Oriya 7 ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Numbers 19:12 in Oriya 12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
Numbers 19:19 in Oriya 19 ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।
Ecclesiastes 7:20 in Oriya 20 ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
Song of Solomon 4:7 in Oriya 7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
Jeremiah 50:20 in Oriya 20 ସଦାପ୍ରଭୁ କହନ୍ତି, “ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।”
Matthew 6:12 in Oriya 12 ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
John 15:3 in Oriya 3 ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିଯୋଗୁଁ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ।
Romans 7:20 in Oriya 20 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋ'ଠାରେ ବାସ କରୁଥିବା ପାପ ତାହା କରେ।
2 Corinthians 5:17 in Oriya 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
2 Corinthians 7:1 in Oriya 1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
Ephesians 4:22 in Oriya 22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
Ephesians 5:26 in Oriya 26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
1 Thessalonians 5:23 in Oriya 23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
Hebrews 9:10 in Oriya 10 ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।
James 3:2 in Oriya 2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।