John 13:5 in Oriya 5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
Other Translations King James Version (KJV) After that he poureth water into a bason, and began to wash the disciples' feet, and to wipe them with the towel wherewith he was girded.
American Standard Version (ASV) Then he poureth water into the basin, and began to wash the disciples' feet, and to wipe them with the towel wherewith he was girded.
Bible in Basic English (BBE) Then he put water into a basin and was washing the feet of the disciples and drying them with the cloth which was round him.
Darby English Bible (DBY) then he pours water into the washhand basin, and began to wash the feet of the disciples, and to wipe them with the linen towel with which he was girded.
World English Bible (WEB) Then he poured water into the basin, and began to wash the disciples' feet, and to wipe them with the towel that was wrapped around him.
Young's Literal Translation (YLT) afterward he putteth water into the basin, and began to wash the feet of his disciples, and to wipe with the towel with which he was being girded.
Cross Reference Genesis 18:4 in Oriya 4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
Genesis 19:2 in Oriya 2 “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”
Exodus 29:4 in Oriya 4 ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
Leviticus 14:8 in Oriya 8 ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
1 Samuel 25:41 in Oriya 41 ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।
2 Kings 3:11 in Oriya 11 ମାତ୍ର ଯିହୋଶାଫଟ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କ'ଣ ଏଠାରେ ନାହାନ୍ତି ?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”
2 Kings 5:10 in Oriya 10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
Psalm 51:2 in Oriya 2 ମୋ' ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ' ପାପରୁ ମୋତେ ଶୁଚି କର।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Zechariah 13:1 in Oriya 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
Luke 7:38 in Oriya 38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧିତ ତୈଳ ଲଗାଇ ଦେବାକୁ ଲାଗିଲା।
Luke 7:44 in Oriya 44 ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, ଏହି ସ୍ତ୍ରୀକୁ ଦେଖୁଅଛ ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋର ପାଦ ଓଦା କରି ନିଜ କେଶରେ ତାହା ପୋଛିଦେଲା।
John 13:8 in Oriya 8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ। ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ।
John 13:10 in Oriya 10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।
John 13:12 in Oriya 12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ?
John 19:34 in Oriya 34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
Acts 22:16 in Oriya 16 ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
1 Corinthians 6:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
Ephesians 5:26 in Oriya 26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
1 Timothy 5:10 in Oriya 10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
Hebrews 10:22 in Oriya 22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ;
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
1 John 5:6 in Oriya 6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।