John 14:10 in Oriya 10 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ଏକଥା କ'ଣ ବିଶ୍ୱାସ କରୁ ନାହଁ ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ' ନିଜରୁ କହେ ନାହିଁ, କିନ୍ତୁ ପିତା ମୋ'ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।
Other Translations King James Version (KJV) Believest thou not that I am in the Father, and the Father in me? the words that I speak unto you I speak not of myself: but the Father that dwelleth in me, he doeth the works.
American Standard Version (ASV) Believest thou not that I am in the Father, and the Father in me? the words that I say unto you I speak not from myself: but the Father abiding in me doeth his works.
Bible in Basic English (BBE) Have you not faith that I am in the Father and the Father is in me? The words which I say to you, I say not from myself: but the Father who is in me all the time does his works.
Darby English Bible (DBY) Believest thou not that I [am] in the Father, and that the Father is in me? The words which I speak to you I do not speak from myself; but the Father who abides in me, he does the works.
World English Bible (WEB) Don't you believe that I am in the Father, and the Father in me? The words that I tell you, I speak not from myself; but the Father who lives in me does his works.
Young's Literal Translation (YLT) Believest thou not that I `am' in the Father, and the Father is in me? the sayings that I speak to you, from myself I speak not, and the Father who is abiding in me, Himself doth the works;
Cross Reference Psalm 68:16 in Oriya 16 ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 3:32 in Oriya 32 ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।
John 5:17 in Oriya 17 ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।
John 5:19 in Oriya 19 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି।
John 6:38 in Oriya 38 କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
John 7:16 in Oriya 16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର।
John 7:28 in Oriya 28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
John 8:28 in Oriya 28 ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।
John 8:38 in Oriya 38 ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହି ସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହି ସବୁ କର।
John 8:40 in Oriya 40 କିନ୍ତୁ ଯେ ଈଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରିଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ।
John 10:30 in Oriya 30 ମୁଁ ଓ ପିତା ଏକ।
John 10:38 in Oriya 38 କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର।
John 11:26 in Oriya 26 ପୁଣି, ଯେ କେହି ବଞ୍ଚେ ଓ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କ'ଣ ବିଶ୍ୱାସ କରୁଅଛ ?
John 12:49 in Oriya 49 କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
John 14:20 in Oriya 20 ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋ'ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।
John 17:8 in Oriya 8 କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
2 Corinthians 5:19 in Oriya 19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
Colossians 1:19 in Oriya 19 କାରଣ ଇଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,
Colossians 2:9 in Oriya 9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
1 John 5:7 in Oriya 7 ଆତ୍ମା, ଜଳ ଓ ବାକ୍ୟ, ଏହି ତିନି ସ୍ୱର୍ଗରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତିନି ଏକ ଅଟନ୍ତି।