John 14:12 in Oriya 12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋ'ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହି ସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।
Other Translations King James Version (KJV) Verily, verily, I say unto you, He that believeth on me, the works that I do shall he do also; and greater works than these shall he do; because I go unto my Father.
American Standard Version (ASV) Verily, verily, I say unto you, he that believeth on me, the works that I do shall he do also; and greater `works' than these shall he do; because I go unto the Father.
Bible in Basic English (BBE) Truly I say to you, He who puts his faith in me will do the very works which I do, and he will do greater things than these, because I am going to my Father.
Darby English Bible (DBY) Verily, verily, I say to you, He that believes on me, the works which I do shall he do also, and he shall do greater than these, because I go to the Father.
World English Bible (WEB) Most assuredly I tell you, he who believes in me, the works that I do, he will do also; and greater works than these will he do; because I am going to my Father.
Young's Literal Translation (YLT) `Verily, verily, I say to you, he who is believing in me, the works that I do -- that one also shall do, and greater than these he shall do, because I go on to my Father;
Cross Reference Matthew 21:21 in Oriya 21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ।
Mark 16:17 in Oriya 17 ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
Luke 10:17 in Oriya 17 ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।
John 7:33 in Oriya 33 ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି।
John 14:28 in Oriya 28 ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି, ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋ'ଠାରୁ ମହାନ।
John 16:7 in Oriya 7 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।
Acts 2:4 in Oriya 4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Acts 2:41 in Oriya 41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Acts 3:6 in Oriya 6 କିନ୍ତୁ ପିତର କହିଲେ, “ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ।”
Acts 4:4 in Oriya 4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
Acts 4:9 in Oriya 9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ,ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି ?
Acts 4:16 in Oriya 16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
Acts 4:33 in Oriya 33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।
Acts 5:15 in Oriya 15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।
Acts 6:7 in Oriya 7 ଏଣୁ ଇଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
Acts 8:7 in Oriya 7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।
Acts 9:34 in Oriya 34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।
Acts 9:40 in Oriya 40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
Acts 10:46 in Oriya 46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଇଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।
Acts 16:18 in Oriya 18 ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା।
Acts 19:12 in Oriya 12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ।
Romans 15:19 in Oriya 19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
1 Corinthians 12:10 in Oriya 10 ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।