John 14:21 in Oriya 21 ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।
Other Translations King James Version (KJV) He that hath my commandments, and keepeth them, he it is that loveth me: and he that loveth me shall be loved of my Father, and I will love him, and will manifest myself to him.
American Standard Version (ASV) He that hath my commandments, and keepeth them, he it is that loveth me: and he that loveth me shall be loved of my Father, and I will love him, and will manifest myself unto him.
Bible in Basic English (BBE) He who has my laws and keeps them, he it is who has love for me: and he who has love for me will be loved by my Father, and I will have love for him and will let myself be seen clearly by him.
Darby English Bible (DBY) He that has my commandments and keeps them, he it is that loves me; but he that loves me shall be loved by my Father, and I will love him and will manifest myself to him.
World English Bible (WEB) One who has my commandments, and keeps them, that person is one who loves me. One who loves me will be loved by my Father, and I will love him, and will reveal myself to him."
Young's Literal Translation (YLT) he who is having my commands, and is keeping them, that one it is who is loving me, and he who is loving me shall be loved by my Father, and I will love him, and will manifest myself to him.'
Cross Reference Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Deuteronomy 10:12 in Oriya 12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
Deuteronomy 11:13 in Oriya 13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
Deuteronomy 30:6 in Oriya 6 ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
Psalm 119:4 in Oriya 4 ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
Isaiah 62:2 in Oriya 2 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।
Jeremiah 31:31 in Oriya 31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Luke 11:28 in Oriya 28 ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ।
John 14:15 in Oriya 15 ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
John 14:22 in Oriya 22 ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କ'ଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି ?
John 15:9 in Oriya 9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
John 15:14 in Oriya 14 ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।
John 16:27 in Oriya 27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଇଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
John 17:23 in Oriya 23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
James 2:23 in Oriya 23 ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଇଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
1 John 2:5 in Oriya 5 କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।
1 John 3:18 in Oriya 18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
1 John 5:3 in Oriya 3 କାରଣ ଈଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
2 John 1:6 in Oriya 6 ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।
Revelation 2:17 in Oriya 17 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ(ଧଳା) ପ୍ରସ୍ତର ତାହାକୁ ଦେବୁ।
Revelation 3:20 in Oriya 20 ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
Revelation 22:14 in Oriya 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।