Cross Reference Psalm 25:8 in Oriya 8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
Psalm 25:12 in Oriya 12 ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
Psalm 51:11 in Oriya 11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ'ଠାରୁ ନିଅ ନାହିଁ।
Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Matthew 1:18 in Oriya 18 ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
Matthew 1:20 in Oriya 20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
Matthew 3:11 in Oriya 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Matthew 28:19 in Oriya 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Mark 12:36 in Oriya 36 ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।
Mark 13:11 in Oriya 11 ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।
Luke 1:15 in Oriya 15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Luke 1:35 in Oriya 35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଇଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଇଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
Luke 1:41 in Oriya 41 ଆଉ, ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ
Luke 1:67 in Oriya 67 ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
Luke 2:25 in Oriya 25 ଆଉ ଦେଖ, ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।
Luke 3:22 in Oriya 22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
Luke 11:13 in Oriya 13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !
Luke 24:49 in Oriya 49 ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।
John 2:22 in Oriya 22 ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।
John 6:45 in Oriya 45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଇଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ। ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ।
John 7:39 in Oriya 39 ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
John 12:16 in Oriya 16 ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହି ସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।
John 14:16 in Oriya 16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,
John 15:26 in Oriya 26 ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;
John 16:7 in Oriya 7 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।
John 16:13 in Oriya 13 କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
John 20:22 in Oriya 22 ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
Acts 1:2 in Oriya 2 ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟ ନେଇ ମୁଁ ପ୍ରଥମ ଲୂକ ପୁସ୍ତକଟି ଲେଖିଅଛି।
Acts 1:4 in Oriya 4 ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋ'ଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Acts 2:4 in Oriya 4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 7:55 in Oriya 55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଇଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,
Acts 11:16 in Oriya 16 ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Acts 13:4 in Oriya 4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ।
Acts 15:8 in Oriya 8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
Acts 15:28 in Oriya 28 କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
Acts 16:6 in Oriya 6 ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Acts 20:35 in Oriya 35 ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳ ମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ୍, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
Acts 28:25 in Oriya 25 ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,
Romans 5:5 in Oriya 5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
Romans 15:13 in Oriya 13 ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
Romans 15:16 in Oriya 16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଇଶ୍ବରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି।
1 Corinthians 2:10 in Oriya 10 କିନ୍ତୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ୱରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।
1 Corinthians 6:19 in Oriya 19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
1 Corinthians 12:3 in Oriya 3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଇଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ' ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ' ବୋଲି କହିପାରେ ନାହିଁ।
2 Corinthians 6:6 in Oriya 6 ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ,
Ephesians 1:13 in Oriya 13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Ephesians 4:30 in Oriya 30 ଆଉ ଇଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ।
1 Thessalonians 1:5 in Oriya 5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
2 Timothy 1:14 in Oriya 14 ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,
Titus 3:5 in Oriya 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
Hebrews 2:4 in Oriya 4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
Hebrews 3:7 in Oriya 7 ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ”
Hebrews 9:8 in Oriya 8 ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।
Hebrews 10:15 in Oriya 15 ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି;
1 Peter 1:12 in Oriya 12 ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି।
2 Peter 1:21 in Oriya 21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।
1 John 2:20 in Oriya 20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।
1 John 2:27 in Oriya 27 କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।
1 John 5:7 in Oriya 7 ଆତ୍ମା, ଜଳ ଓ ବାକ୍ୟ, ଏହି ତିନି ସ୍ୱର୍ଗରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତିନି ଏକ ଅଟନ୍ତି।
Jude 1:20 in Oriya 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
Revelation 2:11 in Oriya 11 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।