John 15:15 in Oriya 15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି।
Other Translations King James Version (KJV) Henceforth I call you not servants; for the servant knoweth not what his lord doeth: but I have called you friends; for all things that I have heard of my Father I have made known unto you.
American Standard Version (ASV) No longer do I call you servants; for the servant knoweth not what his lord doeth: but I have called you friends; for all things that I heard from my Father, I have made known unto you.
Bible in Basic English (BBE) No longer do I give you the name of servants; because a servant is without knowledge of what his master is doing: I give you the name of friends, because I have given you knowledge of all the things which my Father has said to me.
Darby English Bible (DBY) I call you no longer bondmen, for the bondman does not know what his master is doing; but I have called you friends, for all things which I have heard of my Father I have made known to you.
World English Bible (WEB) No longer do I call you servants, for the servant doesn't know what his lord does. But I have called you friends, for everything that I heard from my Father, I have made known to you.
Young's Literal Translation (YLT) no more do I call you servants, because the servant hath not known what his lord doth, and you I have called friends, because all things that I heard from my Father, I did make known to you.
Cross Reference Genesis 18:17 in Oriya 17 ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା ?
2 Kings 6:8 in Oriya 8 ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”
Psalm 25:14 in Oriya 14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
Amos 3:7 in Oriya 7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Luke 10:23 in Oriya 23 ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ।
John 4:19 in Oriya 19 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି।
John 8:26 in Oriya 26 ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହି ସବୁ ଜଗତକୁ ଜଣାଉଅଛି।
John 12:26 in Oriya 26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।
John 13:16 in Oriya 16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
John 15:20 in Oriya 20 ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।
John 17:6 in Oriya 6 ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।
John 17:26 in Oriya 26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।
John 20:17 in Oriya 17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଇଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।
Acts 20:27 in Oriya 27 ମୁଁ ଇଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି।
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
1 Corinthians 2:9 in Oriya 9 କିନ୍ତୁ ଯେପରି ଲେଖା ଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
Galatians 4:6 in Oriya 6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।
Ephesians 1:9 in Oriya 9 ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
Ephesians 3:5 in Oriya 5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
Colossians 1:26 in Oriya 26 ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।
Philemon 1:16 in Oriya 16 ବିଶେଷ ଭାବରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ।
James 1:1 in Oriya 1 ଇଶ୍ବରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।
James 2:23 in Oriya 23 ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଇଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।
1 Peter 1:11 in Oriya 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
2 Peter 1:1 in Oriya 1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
Jude 1:1 in Oriya 1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଇଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
Revelation 1:1 in Oriya 1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।