John 15:24 in Oriya 24 ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
Other Translations King James Version (KJV) If I had not done among them the works which none other man did, they had not had sin: but now have they both seen and hated both me and my Father.
American Standard Version (ASV) If I had not done among them the works which none other did, they had not had sin: but now have they both seen and hated both me and my Father.
Bible in Basic English (BBE) If I had not done among them the works which no other man ever did, they would have had no sin: but now they have seen, and they have had hate in their hearts for me and my Father.
Darby English Bible (DBY) If I had not done among them the works which no other one has done, they had not had sin; but now they have both seen and hated both me and my Father.
World English Bible (WEB) If I hadn't done among them the works which no one else did, they wouldn't have had sin. But now have they seen and also hated both me and my Father.
Young's Literal Translation (YLT) if I did not do among them the works that no other hath done, they were not having sin, and now they have both seen and hated both me and my Father;
Cross Reference Exodus 20:5 in Oriya 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Deuteronomy 5:9 in Oriya 9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Psalm 81:15 in Oriya 15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
Proverbs 8:36 in Oriya 36 ମାତ୍ର ଯେ ମୋ' ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି।
Matthew 9:33 in Oriya 33 ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ।
Matthew 11:5 in Oriya 5 ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Matthew 11:20 in Oriya 20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ।
Matthew 21:32 in Oriya 32 କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ। ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ।
Mark 2:12 in Oriya 12 ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ବିତ ହୋଇ ଇଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।
Luke 10:12 in Oriya 12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।
Luke 19:37 in Oriya 37 ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଇଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
Luke 24:19 in Oriya 19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
John 5:36 in Oriya 36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
John 6:36 in Oriya 36 କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।
John 7:31 in Oriya 31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ ?
John 9:32 in Oriya 32 କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା।
John 10:32 in Oriya 32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ ?
John 10:37 in Oriya 37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
John 11:47 in Oriya 47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
John 12:10 in Oriya 10 କିନ୍ତୁ ଲାଜାରଙ୍କୁ ମଧ୍ୟ ବଧ କରିବା ନିମନ୍ତେ ପ୍ରଧାନ ଯାଜକମାନେ ମନ୍ତ୍ରଣା କଲେ,
John 12:37 in Oriya 37 କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,
John 12:45 in Oriya 45 ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ।
John 14:9 in Oriya 9 ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?
Acts 2:22 in Oriya 22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Romans 1:30 in Oriya 30 ସେମାନେ ଚୁଗୁଲିଆ, ନିନ୍ଦକ, ଇଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ,
Romans 8:7 in Oriya 7 ଯେଣୁ ଶାରୀରିକ ମନ ଇଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଇଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
2 Timothy 3:4 in Oriya 4 ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ;
Hebrews 2:3 in Oriya 3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
James 4:4 in Oriya 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଇଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।