John 15:4 in Oriya 4 ମୋ'ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋ'ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
Other Translations King James Version (KJV) Abide in me, and I in you. As the branch cannot bear fruit of itself, except it abide in the vine; no more can ye, except ye abide in me.
American Standard Version (ASV) Abide in me, and I in you. As the branch cannot bear fruit of itself, except it abide in the vine; so neither can ye, except ye abide in me.
Bible in Basic English (BBE) Be in me at all times as I am in you. As the branch is not able to give fruit of itself, if it is not still on the vine, so you are not able to do so if you are not in me.
Darby English Bible (DBY) Abide in me and I in you. As the branch cannot bear fruit of itself unless it abide in the vine, thus neither [can] ye unless ye abide in me.
World English Bible (WEB) Remain in me, and I in you. As the branch can't bear fruit by itself, unless it remains in the vine, so neither can you, unless you remain in me.
Young's Literal Translation (YLT) remain in me, and I in you, as the branch is not able to bear fruit of itself, if it may not remain in the vine, so neither ye, if ye may not remain in me.
Cross Reference Song of Solomon 8:5 in Oriya 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Isaiah 27:10 in Oriya 10 କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।
Ezekiel 15:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ?
Hosea 14:8 in Oriya 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
Luke 8:15 in Oriya 15 ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।
John 6:56 in Oriya 56 ଯେ ମୋହର ମାଂସ ଭୋଜନ କରେ ଓ ମୋ' ରକ୍ତ ପାନ କରେ, ସେ ମୋ'ଠାରେ ରହେ ଓ ମୁଁ ତାହାଠାରେ ରହେ।
John 6:68 in Oriya 68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା ? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
John 8:31 in Oriya 31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
John 14:20 in Oriya 20 ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋ'ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।
John 15:5 in Oriya 5 ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋ'ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋ' ବିନା ତୁମ୍ଭେମାନେ କିଛି କରି ପାର ନାହିଁ।
John 17:23 in Oriya 23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
Acts 11:23 in Oriya 23 ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Romans 8:9 in Oriya 9 କିନ୍ତୁ ଇଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।
2 Corinthians 12:8 in Oriya 8 ଯେପରି ତାହା ମୋ'ଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।
2 Corinthians 13:5 in Oriya 5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।
Galatians 2:20 in Oriya 20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଇଶ୍ବରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
Ephesians 3:17 in Oriya 17 ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
Philippians 1:11 in Oriya 11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
Colossians 1:23 in Oriya 23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
Colossians 1:27 in Oriya 27 ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
Colossians 2:6 in Oriya 6 ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
1 Thessalonians 3:5 in Oriya 5 ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।
Hebrews 10:39 in Oriya 39 ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।
1 John 2:6 in Oriya 6 ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।
1 John 2:24 in Oriya 24 ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।
2 John 1:9 in Oriya 9 ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
Jude 1:20 in Oriya 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,