John 15:5 in Oriya 5 ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋ'ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋ' ବିନା ତୁମ୍ଭେମାନେ କିଛି କରି ପାର ନାହିଁ।
Other Translations King James Version (KJV) I am the vine, ye are the branches: He that abideth in me, and I in him, the same bringeth forth much fruit: for without me ye can do nothing.
American Standard Version (ASV) I am the vine, ye are the branches: He that abideth in me, and I in him, the same beareth much fruit: for apart from me ye can do nothing.
Bible in Basic English (BBE) I am the vine, you are the branches: he who is in me at all times as I am in him, gives much fruit, because without me you are able to do nothing.
Darby English Bible (DBY) I am the vine, ye [are] the branches. He that abides in me and I in him, *he* bears much fruit; for without me ye can do nothing.
World English Bible (WEB) I am the vine. You are the branches. He who remains in me, and I in him, the same bears much fruit, for apart from me you can do nothing.
Young's Literal Translation (YLT) `I am the vine, ye the branches; he who is remaining in me, and I in him, this one doth bear much fruit, because apart from me ye are not able to do anything;
Cross Reference Proverbs 11:30 in Oriya 30 ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ୍, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
Hosea 4:8 in Oriya 8 ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
Luke 13:6 in Oriya 6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।
John 5:19 in Oriya 19 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି।
John 9:33 in Oriya 33 ଏ ଈଶ୍ୱରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ।
John 12:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।
John 15:16 in Oriya 16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
Acts 4:12 in Oriya 12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।
Romans 6:22 in Oriya 22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଇଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
Romans 7:4 in Oriya 4 ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍ ଆମ୍ଭେମାନେ ଇଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।
Romans 12:5 in Oriya 5 ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
1 Corinthians 10:16 in Oriya 16 ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ ?
1 Corinthians 12:12 in Oriya 12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।
1 Corinthians 12:27 in Oriya 27 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।
2 Corinthians 9:10 in Oriya 10 ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି,ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
2 Corinthians 13:8 in Oriya 8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ।
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Ephesians 5:9 in Oriya 9 (କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
Philippians 1:11 in Oriya 11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
Philippians 4:13 in Oriya 13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।
Philippians 4:17 in Oriya 17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
Colossians 1:6 in Oriya 6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଇଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
Colossians 1:10 in Oriya 10 ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଇଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
1 Peter 2:4 in Oriya 4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଇଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
2 Peter 1:2 in Oriya 2 ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।