John 16:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
Other Translations King James Version (KJV) Verily, verily, I say unto you, That ye shall weep and lament, but the world shall rejoice: and ye shall be sorrowful, but your sorrow shall be turned into joy.
American Standard Version (ASV) Verily, verily, I say unto you, that ye shall weep and lament, but the world shall rejoice: ye shall be sorrowful, but your sorrow shall be turned into joy.
Bible in Basic English (BBE) Truly I say to you, You will be weeping and sorrowing, but the world will be glad: you will be sad, but your sorrow will be turned into joy.
Darby English Bible (DBY) Verily, verily, I say to you, that ye shall weep and lament, ye, but the world shall rejoice; and ye will be grieved, but your grief shall be turned to joy.
World English Bible (WEB) Most assuredly I tell you, that you will weep and lament, but the world will rejoice. You will be sorrowful, but your sorrow will be turned into joy.
Young's Literal Translation (YLT) verily, verily, I say to you, that ye shall weep and lament, and the world will rejoice; and ye shall be sorrowful, but your sorrow joy will become.
Cross Reference Job 20:5 in Oriya 5 ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ ?
Psalm 30:5 in Oriya 5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
Psalm 30:11 in Oriya 11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
Psalm 40:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
Psalm 97:11 in Oriya 11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
Psalm 126:5 in Oriya 5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 25:8 in Oriya 8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Isaiah 66:5 in Oriya 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
Jeremiah 31:9 in Oriya 9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”
Jeremiah 31:25 in Oriya 25 କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
Matthew 5:4 in Oriya 4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
Matthew 21:38 in Oriya 38 ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।
Matthew 27:39 in Oriya 39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
Matthew 27:62 in Oriya 62 ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,
Mark 14:72 in Oriya 72 ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ଡାକିଲା। ଏଥିରେ, କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।
Mark 15:29 in Oriya 29 ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
Mark 16:10 in Oriya 10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।
Luke 6:21 in Oriya 21 ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ।
Luke 22:45 in Oriya 45 ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
Luke 22:62 in Oriya 62 ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
Luke 23:27 in Oriya 27 ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍ଗମନ କରୁଥିଲେ।
Luke 23:47 in Oriya 47 ଶତସେନାପତି ଏହି ଘଟଣା ଦେଖି ଇଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
Luke 24:17 in Oriya 17 ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ।
Luke 24:21 in Oriya 21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।
John 16:6 in Oriya 6 ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।
John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
John 19:25 in Oriya 25 କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଗ୍ନୀ, କ୍ଳୋପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲୀନୀ ମରିୟମ ଠିଆ ହୋଇଥିଲେ।
John 20:20 in Oriya 20 ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ।
Acts 2:46 in Oriya 46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଇଶ୍ବରଙ୍କ ପ୍ରଶଂସା କରୁଥିଲେ।
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Romans 5:2 in Oriya 2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
Romans 5:11 in Oriya 11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
2 Corinthians 6:10 in Oriya 10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଇଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
1 Thessalonians 1:6 in Oriya 6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
James 1:2 in Oriya 2 ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
1 Peter 1:6 in Oriya 6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 11:10 in Oriya 10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।
Revelation 18:7 in Oriya 7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।