John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
Other Translations King James Version (KJV) These things I have spoken unto you, that in me ye might have peace. In the world ye shall have tribulation: but be of good cheer; I have overcome the world.
American Standard Version (ASV) These things have I spoken unto you, that in me ye may have peace. In the world ye have tribulation: but be of good cheer; I have overcome the world.
Bible in Basic English (BBE) I have said all these things to you so that in me you may have peace. In the world you have trouble: but take heart! I have overcome the world.
Darby English Bible (DBY) These things have I spoken to you that in me ye might have peace. In the world ye have tribulation; but be of good courage: I have overcome the world.
World English Bible (WEB) I have told you these things, that in me you may have peace. In the world you have oppression; but cheer up! I have overcome the world."
Young's Literal Translation (YLT) these things I have spoken to you, that in me ye may have peace, in the world ye shall have tribulation, but take courage -- I have overcome the world.'
Cross Reference 1 Samuel 17:51 in Oriya 51 ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ଼୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
Psalm 68:18 in Oriya 18 ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
Psalm 85:8 in Oriya 8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Micah 5:5 in Oriya 5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।
Luke 2:14 in Oriya 14 ଊର୍ଦ୍ଧ୍ୱଲୋକରେ ଇଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।
Luke 19:38 in Oriya 38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
John 12:31 in Oriya 31 ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।
John 14:1 in Oriya 1 ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କର, ମୋ'ଠାରେ ମଧ୍ୟ ବିଶ୍ୱାସ କର।
John 14:27 in Oriya 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
John 15:18 in Oriya 18 ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
John 16:11 in Oriya 11 ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।
Acts 9:31 in Oriya 31 ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Acts 23:11 in Oriya 11 ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।
Acts 27:22 in Oriya 22 ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହାସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ।
Acts 27:25 in Oriya 25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ୱରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।
Romans 5:1 in Oriya 1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
Romans 8:36 in Oriya 36 ଯେପରି ଲେଖା ଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”
2 Corinthians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ୱର;
2 Corinthians 7:4 in Oriya 4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।
2 Corinthians 13:11 in Oriya 11 ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
Galatians 1:4 in Oriya 4 ସେ ଆମ୍ଭମାନଙ୍କ ପିତା ଇଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Galatians 6:14 in Oriya 14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।
Ephesians 2:14 in Oriya 14 କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଛେଦପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି,
Philippians 4:7 in Oriya 7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଇଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
Colossians 1:20 in Oriya 20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।
1 Thessalonians 3:4 in Oriya 4 ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୁର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ।
1 Thessalonians 3:7 in Oriya 7 ଏଥି ନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ;
2 Thessalonians 3:16 in Oriya 16 ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
2 Timothy 3:12 in Oriya 12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।
Hebrews 7:2 in Oriya 2 ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ମଲ୍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା।
Hebrews 11:25 in Oriya 25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଇଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
1 Peter 5:9 in Oriya 9 ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
1 John 4:4 in Oriya 4 ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।
1 John 5:4 in Oriya 4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।