John 17:23 in Oriya 23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
Other Translations King James Version (KJV) I in them, and thou in me, that they may be made perfect in one; and that the world may know that thou hast sent me, and hast loved them, as thou hast loved me.
American Standard Version (ASV) I in them, and thou in me, that they may be perfected into one; that the world may know that thou didst send me, and lovedst them, even as thou lovedst me.
Bible in Basic English (BBE) I in them, and you in me, so that they may be made completely one, and so that it may become clear to all men that you have sent me and that they are loved by you as I am loved by you.
Darby English Bible (DBY) I in them and thou in me, that they may be perfected into one [and] that the world may know that thou hast sent me, and [that] thou hast loved them as thou hast loved me.
World English Bible (WEB) I in them, and you in me, that they may be perfected into one; that the world may know that you sent me, and loved them, even as you loved me.
Young's Literal Translation (YLT) I in them, and Thou in me, that they may be perfected into one, and that the world may know that Thou didst send me, and didst love them as Thou didst love me.
Cross Reference John 3:17 in Oriya 17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
John 6:56 in Oriya 56 ଯେ ମୋହର ମାଂସ ଭୋଜନ କରେ ଓ ମୋ' ରକ୍ତ ପାନ କରେ, ସେ ମୋ'ଠାରେ ରହେ ଓ ମୁଁ ତାହାଠାରେ ରହେ।
John 13:35 in Oriya 35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ବାରା ଜ୍ଞାତ ହେବେ।
John 14:10 in Oriya 10 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ଏକଥା କ'ଣ ବିଶ୍ୱାସ କରୁ ନାହଁ ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ' ନିଜରୁ କହେ ନାହିଁ, କିନ୍ତୁ ପିତା ମୋ'ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।
John 14:23 in Oriya 23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
John 16:27 in Oriya 27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଇଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
John 17:24 in Oriya 24 ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
John 17:26 in Oriya 26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।
Romans 8:10 in Oriya 10 କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।
1 Corinthians 1:30 in Oriya 30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି।
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
Galatians 3:28 in Oriya 28 ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 4:12 in Oriya 12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,
Philippians 3:15 in Oriya 15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
Colossians 2:2 in Oriya 2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଇଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।
Colossians 2:9 in Oriya 9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
Colossians 3:14 in Oriya 14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
1 John 1:3 in Oriya 3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
1 John 3:1 in Oriya 1 ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
1 John 4:12 in Oriya 12 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
1 John 4:19 in Oriya 19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।