John 17:24 in Oriya 24 ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
Other Translations King James Version (KJV) Father, I will that they also, whom thou hast given me, be with me where I am; that they may behold my glory, which thou hast given me: for thou lovedst me before the foundation of the world.
American Standard Version (ASV) Father, I desire that they also whom thou hast given me be with me where I am, that they may behold my glory, which thou hast given me: for thou lovedst me before the foundation of the world.
Bible in Basic English (BBE) Father, it is my desire that these whom you have given to me may be by my side where I am, so that they may see my glory which you have given to me, because you had love for me before the world came into being.
Darby English Bible (DBY) Father, [as to] those whom thou hast given me, I desire that where I am they also may be with me, that they may behold my glory which thou hast given me, for thou lovedst me before [the] foundation of [the] world.
World English Bible (WEB) Father, I desire that they also whom you have given me be with me where I am, that they may see my glory, which you have given me, for you loved me before the foundation of the world.
Young's Literal Translation (YLT) `Father, those whom Thou hast given to me, I will that where I am they also may be with me, that they may behold my glory that Thou didst give to me, because Thou didst love me before the foundation of the world.
Cross Reference Genesis 45:13 in Oriya 13 ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋ' ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”
Proverbs 8:21 in Oriya 21 ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
Matthew 25:21 in Oriya 21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
Matthew 25:23 in Oriya 23 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Matthew 26:29 in Oriya 29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।
Luke 12:37 in Oriya 37 ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।
Luke 22:28 in Oriya 28 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ' ସହିତ ରହି ଆସିଅଛ;
Luke 23:43 in Oriya 43 ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 12:26 in Oriya 26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।
John 14:3 in Oriya 3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
John 17:5 in Oriya 5 ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।
1 Corinthians 13:12 in Oriya 12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।
2 Corinthians 3:18 in Oriya 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି।
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
2 Corinthians 5:8 in Oriya 8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।
Philippians 1:23 in Oriya 23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
1 Thessalonians 4:17 in Oriya 17 ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
1 John 3:2 in Oriya 2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 21:22 in Oriya 22 ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।