John 17:8 in Oriya 8 କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।
Other Translations King James Version (KJV) For I have given unto them the words which thou gavest me; and they have received them, and have known surely that I came out from thee, and they have believed that thou didst send me.
American Standard Version (ASV) for the words which thou gavest me I have given unto them; and they received `them', and knew of a truth that I came forth from thee, and they believed that thou didst send me.
Bible in Basic English (BBE) Because I have given them the words which you gave to me; and they have taken them to heart, and have certain knowledge that I came from you, and they have faith that you sent me.
Darby English Bible (DBY) for the words which thou hast given me I have given them, and they have received [them], and have known truly that I came out from thee, and have believed that thou sentest me.
World English Bible (WEB) for the words which you have given me I have given to them, and they received them, and knew for sure that I came forth from you, and they have believed that you sent me.
Young's Literal Translation (YLT) because the sayings that Thou hast given to me, I have given to them, and they themselves received, and have known truly, that from Thee I came forth, and they did believe that Thou didst send me.
Cross Reference Proverbs 1:3 in Oriya 3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
Proverbs 1:23 in Oriya 23 ମୋ' ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
Proverbs 2:1 in Oriya 1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ' କଥା ଗ୍ରହଣ କର ଓ ମୋ' ଆଜ୍ଞାସବୁ ମନରେ ରଖ;
Proverbs 4:10 in Oriya 10 ହେ ମୋହର ପୁତ୍ର, ଶୁଣ, ମୋ' କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।
Proverbs 8:10 in Oriya 10 ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
John 3:17 in Oriya 17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
John 3:33 in Oriya 33 ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ୱର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।
John 6:68 in Oriya 68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା ? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
John 8:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।
John 12:49 in Oriya 49 କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
John 14:10 in Oriya 10 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ଏକଥା କ'ଣ ବିଶ୍ୱାସ କରୁ ନାହଁ ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ' ନିଜରୁ କହେ ନାହିଁ, କିନ୍ତୁ ପିତା ମୋ'ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।
John 15:15 in Oriya 15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି।
John 16:27 in Oriya 27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଇଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
John 16:30 in Oriya 30 ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଇଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
John 17:6 in Oriya 6 ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।
John 17:14 in Oriya 14 ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।
John 17:18 in Oriya 18 ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
John 17:23 in Oriya 23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
John 17:25 in Oriya 25 ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
1 Corinthians 11:23 in Oriya 23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
1 Corinthians 15:1 in Oriya 1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;
Ephesians 3:2 in Oriya 2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଇଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
1 Thessalonians 2:13 in Oriya 13 ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଇଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଇଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଇଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଇଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
1 John 4:14 in Oriya 14 ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।