John 18:20 in Oriya 20 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।
Other Translations King James Version (KJV) Jesus answered him, I spake openly to the world; I ever taught in the synagogue, and in the temple, whither the Jews always resort; and in secret have I said nothing.
American Standard Version (ASV) Jesus answered him, I have spoken openly to the world; I ever taught in synagogues, and in the temple, where all the Jews come together; and in secret spake I nothing.
Bible in Basic English (BBE) Jesus made answer, I said things openly to the world at all times; I have given my teaching in the Synagogues and in the Temple to which all the Jews come; and I have said nothing secretly.
Darby English Bible (DBY) Jesus answered him, I spoke openly to the world; I taught always in [the] synagogue and in the temple, where all the Jews come together, and in secret I have spoken nothing.
World English Bible (WEB) Jesus answered him, "I spoke openly to the world. I always taught in synagogues, and in the temple, where the Jews always meet. I said nothing in secret.
Young's Literal Translation (YLT) Jesus answered him, `I spake freely to the world, I did always teach in a synagogue, and in the temple, where the Jews do always come together; and in secret I spake nothing;
Cross Reference Psalm 22:22 in Oriya 22 ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
Psalm 40:9 in Oriya 9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।
Isaiah 45:19 in Oriya 19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ କଥା ପ୍ରକାଶ କରୁ।
Isaiah 48:16 in Oriya 16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
Matthew 4:23 in Oriya 23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
Matthew 9:35 in Oriya 35 ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
Matthew 21:23 in Oriya 23 ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?
Matthew 24:26 in Oriya 26 ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ।
Matthew 26:55 in Oriya 55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କ'ଣ ମୋତେ ଧରିବାକୁ ଆସିଲ ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
Matthew 26:65 in Oriya 65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ,
Luke 4:15 in Oriya 15 ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।
Luke 19:45 in Oriya 45 ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀ ମାନଙ୍କୁ ବାହାର କରିବାକୁ ଲାଗିଲେ,
Luke 20:1 in Oriya 1 ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
Luke 21:37 in Oriya 37 ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତିରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।
John 7:4 in Oriya 4 କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର।
John 7:14 in Oriya 14 କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ।
John 7:26 in Oriya 26 ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାଁନ୍ତି। ଏ ଯେ ଖ୍ରୀଷ୍ଟ, ଏହା କ'ଣ ନେତାମାନେ ସତେ ଜାଣି ସାରିଲେଣି ?
John 7:28 in Oriya 28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
John 8:2 in Oriya 2 ତହିଁ ଆରଦିନ ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
John 8:26 in Oriya 26 ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହି ସବୁ ଜଗତକୁ ଜଣାଉଅଛି।
John 10:23 in Oriya 23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।
Acts 26:26 in Oriya 26 ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।