John 18:28 in Oriya 28 ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।
Other Translations King James Version (KJV) Then led they Jesus from Caiaphas unto the hall of judgment: and it was early; and they themselves went not into the judgment hall, lest they should be defiled; but that they might eat the passover.
American Standard Version (ASV) They lead Jesus therefore from Caiaphas into the Praetorium: and it was early; and they themselves entered not into the Praetorium, that they might not be defiled, but might eat the passover.
Bible in Basic English (BBE) So they took Jesus from the house of Caiaphas to the Praetorium. It was early. They themselves did not go into the Praetorium, so that they might not become unclean, but might take the Passover.
Darby English Bible (DBY) They lead therefore Jesus from Caiaphas to the praetorium; and it was early morn. And *they* entered not into the praetorium, that they might not be defiled, but eat the passover.
World English Bible (WEB) They led Jesus therefore from Caiaphas into the Praetorium. It was early, and they themselves didn't enter into the Praetorium, that they might not be defiled, but might eat the Passover.
Young's Literal Translation (YLT) They led, therefore, Jesus from Caiaphas to the praetorium, and it was early, and they themselves did not enter into the praetorium, that they might not be defiled, but that they might eat the passover;
Cross Reference Deuteronomy 16:2 in Oriya 2 ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।
2 Chronicles 30:21 in Oriya 21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।
2 Chronicles 35:8 in Oriya 8 ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍କୀୟ ଓ ଜିଖରିୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।
2 Chronicles 35:17 in Oriya 17 ଏଣୁ ଉପସ୍ଥିତ ଇସ୍ରାଏଲ-ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।
Psalm 35:16 in Oriya 16 ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ' ଉପରେ ଦନ୍ତ ଘର୍ଷଣ କଲେ।
Proverbs 1:16 in Oriya 16 ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
Proverbs 4:16 in Oriya 16 ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
Isaiah 1:10 in Oriya 10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
Jeremiah 7:8 in Oriya 8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
Ezekiel 45:21 in Oriya 21 ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
Amos 5:21 in Oriya 21 “ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।
Micah 2:1 in Oriya 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Micah 3:10 in Oriya 10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
Matthew 23:23 in Oriya 23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟ ଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ୍।
Matthew 27:1 in Oriya 1 ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
Matthew 27:27 in Oriya 27 ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।
Mark 15:1 in Oriya 1 ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।
Mark 15:16 in Oriya 16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
Luke 22:66 in Oriya 66 ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।
Luke 23:1 in Oriya 1 ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।
John 11:55 in Oriya 55 ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ।
John 18:33 in Oriya 33 ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା ?
John 18:39 in Oriya 39 କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୂଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କ'ଣ ତୁମ୍ଭମାନଙ୍କର ଇଚ୍ଛା ?
John 19:9 in Oriya 9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ।
John 19:14 in Oriya 14 ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା !
Acts 3:13 in Oriya 13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Acts 10:28 in Oriya 28 ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୂଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ୱର ମୋତେ ଦେଖାଇଅଛନ୍ତି।
Acts 11:3 in Oriya 3 ତୁମ୍ଭେ ଅସୁନ୍ନତି ଲୋକମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।