John 19:11 in Oriya 11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।
Other Translations King James Version (KJV) Jesus answered, Thou couldest have no power at all against me, except it were given thee from above: therefore he that delivered me unto thee hath the greater sin.
American Standard Version (ASV) Jesus answered him, Thou wouldest have no power against me, except it were given thee from above: therefore he that delivered me unto thee hath greater sin.
Bible in Basic English (BBE) Jesus gave this answer: You would have no power at all over me if it was not given to you by God; so that he who gave me up to you has the greater sin.
Darby English Bible (DBY) Jesus answered, Thou hadst no authority whatever against me if it were not given to thee from above. On this account he that has delivered me up to thee has [the] greater sin.
World English Bible (WEB) Jesus answered, "You would have no power at all against me, unless it were given to you from above. Therefore he who delivered me to you has greater sin."
Young's Literal Translation (YLT) Jesus answered, `Thou wouldst have no authority against me, if it were not having been given thee from above; because of this, he who is delivering me up to thee hath greater sin.'
Cross Reference Genesis 45:7 in Oriya 7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି।
Exodus 9:14 in Oriya 14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।
1 Chronicles 29:11 in Oriya 11 ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
Psalm 39:9 in Oriya 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
Psalm 62:11 in Oriya 11 ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
Jeremiah 27:5 in Oriya 5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Lamentations 3:37 in Oriya 37 ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି ?
Daniel 4:17 in Oriya 17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।
Daniel 4:25 in Oriya 25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
Daniel 4:32 in Oriya 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
Daniel 4:35 in Oriya 35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ'ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।
Daniel 5:21 in Oriya 21 ପୁଣି, ସେ ମନୁଷ୍ୟସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
Matthew 26:65 in Oriya 65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ,
Matthew 27:2 in Oriya 2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।
Mark 14:44 in Oriya 44 ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।
Luke 7:41 in Oriya 41 ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଦିନାର୍ ଓ ଆଉ ଜଣେ ପଚାଶ ଦିନାର୍ ଋଣ କରିଥିଲା।
Luke 10:11 in Oriya 11 ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ; ତଥାପି ଇଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।
Luke 12:47 in Oriya 47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
Luke 22:53 in Oriya 53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।
John 3:27 in Oriya 27 ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ।
John 7:30 in Oriya 30 ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
John 9:41 in Oriya 41 ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥା'ନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।
John 11:49 in Oriya 49 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;
John 15:22 in Oriya 22 ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା- ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରି ପାରନ୍ତି ନାହିଁ।
John 18:3 in Oriya 3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।
John 18:28 in Oriya 28 ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 3:13 in Oriya 13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Acts 4:28 in Oriya 28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Romans 11:36 in Oriya 36 ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
Romans 13:1 in Oriya 1 ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ୱରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଇଶ୍ବରଙ୍କ ଦ୍ୱାରା ନିଯୁକ୍ତ।
Hebrews 6:4 in Oriya 4 କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
James 4:17 in Oriya 17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।