John 19:17 in Oriya 17 ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
Other Translations King James Version (KJV) And he bearing his cross went forth into a place called the place of a skull, which is called in the Hebrew Golgotha:
American Standard Version (ASV) They took Jesus therefore: and he went out, bearing the cross for himself, unto the place called The place of a skull, which is called in Hebrew, Golgotha:
Bible in Basic English (BBE) And he went out with his cross on him to the place which is named Dead Man's Head (in Hebrew, Golgotha):
Darby English Bible (DBY) And he went out, bearing his cross, to the place called [place] of a skull, which is called in Hebrew, Golgotha;
World English Bible (WEB) He went out, bearing his cross, to the place called "The Place of a Skull," which is called in Hebrew, "Golgotha,"
Young's Literal Translation (YLT) and bearing his cross, he went forth to the place called `Place' of a Skull, which is called in Hebrew Golgotha;
Cross Reference Leviticus 16:21 in Oriya 21 ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ।
Leviticus 24:14 in Oriya 14 “ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
Numbers 15:35 in Oriya 35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”
1 Kings 21:13 in Oriya 13 ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
Matthew 10:38 in Oriya 38 ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।
Matthew 16:24 in Oriya 24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
Matthew 27:31 in Oriya 31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ।
Matthew 27:37 in Oriya 37 ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ।
Mark 8:34 in Oriya 34 ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Mark 10:21 in Oriya 21 ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
Mark 15:21 in Oriya 21 ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
Mark 15:26 in Oriya 26 ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୂଦୀମାନଙ୍କର ରାଜା।
Mark 15:32 in Oriya 32 ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
Luke 9:23 in Oriya 23 ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Luke 14:27 in Oriya 27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
Luke 23:26 in Oriya 26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।
Luke 23:33 in Oriya 33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
Luke 23:38 in Oriya 38 ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୂଦୀମାନଙ୍କର ରାଜା।”
Acts 7:58 in Oriya 58 ପୁଣି, ସେମାନେ ତାହାଙ୍କ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।
Hebrews 13:11 in Oriya 11 କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହି ସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।