John 20:31 in Oriya 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି।
Other Translations King James Version (KJV) But these are written, that ye might believe that Jesus is the Christ, the Son of God; and that believing ye might have life through his name.
American Standard Version (ASV) but these are written, that ye may believe that Jesus is the Christ, the Son of God; and that believing ye may have life in his name.
Bible in Basic English (BBE) But these are recorded, so that you may have faith that Jesus is the Christ, the Son of God, and so that, having this faith you may have life in his name.
Darby English Bible (DBY) but these are written that ye may believe that Jesus is the Christ, the Son of God, and that believing ye might have life in his name.
World English Bible (WEB) but these are written, that you may believe that Jesus is the Christ, the Son of God, and that believing you may have life in his name.
Young's Literal Translation (YLT) and these have been written that ye may believe that Jesus is the Christ, the Son of God, and that believing ye may have life in his name.'
Cross Reference Psalm 2:7 in Oriya 7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।
Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Matthew 4:3 in Oriya 3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଇଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।”
Matthew 16:16 in Oriya 16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଇଶ୍ବରଙ୍କ ପୁତ୍ର।
Matthew 27:54 in Oriya 54 ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଇଶ୍ବରଙ୍କ ପୁତ୍ର ଥିଲେ।
Mark 16:16 in Oriya 16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
Luke 1:4 in Oriya 4 ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେ ସବୁର ନିଶ୍ଚୟତା ଜାଣି ପାରନ୍ତି।
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
John 1:49 in Oriya 49 ନଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଇଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
John 3:15 in Oriya 15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 3:18 in Oriya 18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଇଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
John 3:36 in Oriya 36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଇଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 5:39 in Oriya 39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
John 6:40 in Oriya 40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
John 6:69 in Oriya 69 ଆଉ, ଆପଣ ଯେ ଈଶ୍ୱରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।
John 9:35 in Oriya 35 ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତା'ର ଦେଖା ପାଇ କହିଲେ, ତୁମ୍ଭେ କ'ଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ ?
John 10:10 in Oriya 10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି।
John 19:35 in Oriya 35 ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।
John 20:28 in Oriya 28 ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର।
Acts 3:16 in Oriya 16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
Acts 8:36 in Oriya 36 ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?
Acts 9:20 in Oriya 20 ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।
Acts 10:43 in Oriya 43 ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
Acts 13:38 in Oriya 38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Romans 1:3 in Oriya 3 ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
1 Peter 1:9 in Oriya 9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
1 John 2:23 in Oriya 23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।
1 John 4:15 in Oriya 15 ଯେ କେହି ଯୀଶୁଙ୍କୁ ଇଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି।
1 John 5:1 in Oriya 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
1 John 5:10 in Oriya 10 ଯେ ଇଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଇଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।
2 John 1:9 in Oriya 9 ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
Revelation 2:18 in Oriya 18 ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଇଶ୍ବରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,