John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Other Translations King James Version (KJV) So when they had dined, Jesus saith to Simon Peter, Simon, son of Jonas, lovest thou me more than these? He saith unto him, Yea, Lord; thou knowest that I love thee. He saith unto him, Feed my lambs.
American Standard Version (ASV) So when they had broken their fast, Jesus saith to Simon Peter, Simon, `son' of John, lovest thou me more than these? He saith unto him, Yea, Lord; thou knowest that I love thee. He saith unto him, Feed my lambs.
Bible in Basic English (BBE) Then when they had taken food, Jesus said to Simon Peter, Simon, son of John, is your love for me greater than the love of these others? He said to him, Yes, Lord; you are certain of my love for you. He said to him, Then give my lambs food.
Darby English Bible (DBY) When therefore they had dined, Jesus says to Simon Peter, Simon, [son] of Jonas, lovest thou me more than these? He says to him, Yea, Lord; thou knowest that I am attached to thee. He says to him, Feed my lambs.
World English Bible (WEB) So when they had eaten their breakfast, Jesus said to Simon Peter, "Simon, son of Jonah, do you love me more than these?" He said to him, "Yes, Lord; you know that I have affection for you." He said to him, "Feed my lambs."
Young's Literal Translation (YLT) When, therefore, they dined, Jesus saith to Simon Peter, `Simon, `son' of Jonas, dost thou love me more than these?' he saith to him, `Yes, Lord; thou hast known that I dearly love thee;' he saith to him, `Feed my lambs.'
Cross Reference Genesis 33:13 in Oriya 13 ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋ' ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।
2 Samuel 7:20 in Oriya 20 ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ ? କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
2 Kings 20:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
Psalm 78:70 in Oriya 70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
Isaiah 40:11 in Oriya 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Jeremiah 3:15 in Oriya 15 ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।'
Jeremiah 23:4 in Oriya 4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Matthew 10:37 in Oriya 37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
Matthew 16:17 in Oriya 17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି।
Matthew 18:10 in Oriya 10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Matthew 26:33 in Oriya 33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।
Matthew 26:35 in Oriya 35 ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ।
Mark 14:29 in Oriya 29 ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।
Luke 12:32 in Oriya 32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତାଙ୍କର ମହା ଆନନ୍ଦ।
Luke 22:32 in Oriya 32 କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।
John 1:42 in Oriya 42 ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ।
John 8:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।
John 13:37 in Oriya 37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।
John 14:15 in Oriya 15 ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
John 16:27 in Oriya 27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଇଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
John 21:7 in Oriya 7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
John 21:12 in Oriya 12 ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର। ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ।
John 21:16 in Oriya 16 ସେ ପୁନର୍ବାର ଦ୍ୱିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Romans 14:1 in Oriya 1 ବିଶ୍ୱାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।
Romans 15:1 in Oriya 1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ୍, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
1 Corinthians 3:1 in Oriya 1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।
1 Corinthians 8:11 in Oriya 11 ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି।
1 Corinthians 16:21 in Oriya 21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
Galatians 5:6 in Oriya 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
Ephesians 4:14 in Oriya 14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Ephesians 6:24 in Oriya 24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
1 Timothy 4:15 in Oriya 15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।
Hebrews 4:13 in Oriya 13 ଇଶ୍ବରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।
Hebrews 12:12 in Oriya 12 ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
1 Peter 2:2 in Oriya 2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
1 Peter 2:25 in Oriya 25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।
1 Peter 5:1 in Oriya 1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
1 John 4:19 in Oriya 19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
1 John 5:1 in Oriya 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।